ଆଇସିୟୁ ଛାତରୁ ପଡ଼ୁଛି ପାଣି: ରୋଗୀ ହନ୍ତସନ୍ତ

ଭୋପାଳ,୧୮।୫: କରୋନା ସମୟରେ ହସ୍ପିଟାଲରେ ରୋଗୀଙ୍କୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ମଧ୍ୟପ୍ରଦେଶ ରାଜଗଡ଼ ଜିଲାରୁ ଆସିଥିବା ଏକ ଭିଡିଓ ଏହାର ବାସ୍ତବିକ ଚିତ୍ର ସାମ୍ନାକୁ ଆଣିଛି। ସୂଚନାଯୋଗ୍ୟ, ଗତବର୍ଷ ରାଜଗଡ଼ ଜିଲାର ଏକ ସରକାରୀ ହସ୍ପିଟାଲରେ ଥିବା ପୁରୁଣା ବିଲ୍ଡିଂରେ କୋଭିଡ ଆଇସିୟୁ ଓ୍ବାର୍ଡ ଖୋଲାଯାଇଥିଲା। କରୋନା ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବା ଲାଗି ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଏହି ଓ୍ବାର୍ଡ ତିଆରି କରାଯାଇଥିଲା। ହେଲେ ଚଳିତ ବର୍ଷର ପ୍ରଥମ ବର୍ଷା ଯୋଗୁ ଆଇସିୟୁ ଛାତରୁ ବର୍ଷା ପାଣି ପଡ଼ୁଥିବାର ଦେଖିବାକୁ ମିଳିଛି। ଛାତରୁ ପାଣି ପଡ଼ିବାରୁ ରୋଗୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ସହରରେ ଯେତିକି ସମୟ ପର୍ଯ୍ୟନ୍ତ ବର୍ଷା ହୋଇଥିଲା ସେତିକି ସମୟ ପର୍ଯ୍ୟନ୍ତ ରୋଗୀଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଥିଲା। ବର୍ଷା ପାଣିରୁ ବର୍ତ୍ତିବା ପାଇଁ ରୋଗୀମାନେ ଏପଟ ସେପଟ ଯିବାକୁ ଲାଗିଥିଲେ। ହେଲେ ଏଥିରୁ ତ୍ରାହି ମିଳି ନ ଥିଲା। ସେଠାରେ କରୋନା ରୋଗୀଙ୍କ ମଧ୍ୟରୁ ଜଣେ ବ୍ୟକ୍ତି ଏହାର ଭିଡିଓ ଉତ୍ତୋଳନ କରି ଟୁଇଟରରେ ଶେୟାର କରିଥିଲେ। ଅନ୍ୟପଟେ ଏହି ଭିଡିଓକୁ କଂଗ୍ରେସ ବିଧାୟକ ବାପୁ ସିଂହ ତନ୍‌ଓ୍ବାର ଟୁଇଟରରେ ଶେୟାର କରି ମୁଖ୍ୟମନ୍ତ୍ରୀ ଶିବାରାଜ ଚୌହାନଙ୍କୁ ଟାର୍ଗେଟ କରିବା ସହ ଏହି ଘଟଣାକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri