Posted inଜାତୀୟ

ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଆକ୍ସନ ମୋଡ଼ରେ କମଲନାଥ ସରକାର: ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୋପାଳ,୨୨।୪: ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି ମଧ୍ୟପ୍ରଦେଶର ରାଜ୍ୟସରକାର। ଏନେଇ ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ କମଲନାଥ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏଥିସହ ହୋସଙ୍ଗାବାଦ-ହରଦା ଜିଲାରେ ୫ଲାଇନମେନ ଓ ୯ ଆଉଟସୋର୍ସ କର୍ମଚାରୀଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ମିଳିଛି।  ଏବେ ପର୍ଯ୍ୟନ୍ତ ସରକାର ୬ ଏକ୍ସୁକ୍ୟୁଟିଭ୍‌ ଇଞ୍ଜିନିୟରଙ୍କୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ୫ଜଣଙ୍କୁ ନୋଟିସ କରାଯାଇଛି। ଏଥିସହ ୭ ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ୫ଜଣଙ୍କୁ ନୋଟିସ୍‌ ଦିଆଯାଇଛି। ସେହିପରି ୩୨ ଜୁନିୟର ଇଞ୍ଜିନିୟର ସସ୍‌ପେଣ୍ଡ, ୧୮ଙ୍କୁ ନୋଟିସ ଓ ୧୧୦ ଲାଇନମେନ ସସ୍‌ପେଣ୍ଡ  ଓ ୯ଜଣଙ୍କୁ ନୋଟିସ ଦିଆଯାଇଥିବା ଜଣାପଡ଼ିଛି। ଏଥିସହ ୨୨୩ ଅପରେଟରଙ୍କୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରିଥିବା ଜଣାପଡ଼ିଛି। ରାଜ୍ୟରେ ନିୟମିତ ବିଦ୍ୟୁତ୍‌ କଟୁଥିବାରୁ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେବା ସହ ଛାତ୍ରଛତ୍ରୀଙ୍କ ପାଠପଢ଼ାରେ ମଧ୍ୟ ବାଧା ସୃଷ୍ଟି ହେଉଛି। ଏଥିସହ କିଛି ଲୋକେ ହୁକ ପକାଇ ବିଜୁଳି ବ୍ୟବହାର କରୁଥିବା ବେଳେ ଟ୍ରାନ୍ସଫରମର ଭାର ସମ୍ଭାଳିନପାରିବାରୁ ସହରରେ ବାରମ୍ବାର ବିଦ୍ୟୁତ୍‌  କାଟ୍‌ ହେଉଛି। ଫଳରେ ଏନେଇ କିଛି ଗ୍ରାମବାସୀ ପୋଲିସ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ଏଭଳି ପଦକ୍ଷେପ ନିଆଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri