Posted inଜାତୀୟ

ଅପରାଧିଙ୍କ ଅର୍ଥ ଗରିବଙ୍କ ମଧ୍ୟରେ ବାଣ୍ଟି ଦେବାର ଯୋଜନା କରୁଛନ୍ତି ଶିବରାଜ ସରକାର

ଭୋପାଳ,୧୧ ।୯: ମଧ୍ୟପ୍ରଦେଶ ସରକାର ଅପରାଧକୁ ରୋକିବାକୁ ଏକ ନୂଆ ଆଇନ ଆଣି ପାରନ୍ତି । ଏହି ଆଇନ ମାଧ୍ୟମରେ ଅପରାଧିଙ୍କ ଅର୍ଥ ଗରିବଙ୍କ ମଧ୍ୟରେ ବାଣ୍ଟି ଦେବାଭଳି ସର୍ତ୍ତ ରହିବ । ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି ଏହି ଆଇନ ଉତ୍ତର ପ୍ରଦେଶ ଗ୍ୟାଙ୍ଗଷ୍ଟର ଆକ୍ଟଠାରୁ ବି ଆହୁରି କଠିନ ହୋଇପାରେ । ନରୋତ୍ତମ ମିଶ୍ର କହିଛନ୍ତି ଗୃହ ଓ ଆଇନ ବିଭାଗ ଏହି ବିଲ୍‌କୁ ନେଇ ଏକାଠି କାମ କରିବା ଆରମ୍ଭ କରିଛନ୍ତି । ସେ କହିଛନ୍ତି ଏହି ବିଲ୍‌ରେ ଅପରାଧିଙ୍କ ଜବତ ହୋଇଥିବା ଧନ ସମ୍ପତ୍ତି ଗରିବଙ୍କୁ ବାଣ୍ଟିବା ଭଳି ବ୍ୟବସ୍ଥା ରହିପାରେ । ମାମଲାକୁ ଶୀଘ୍ର ବିଚାର କରିବା ପାଇଁ ସ୍ପେଶାଲ କୋର୍ଟ ବସିବ ଓ ସାକ୍ଷୀଙ୍କ ସୁରକ୍ଷା ପାଇଁ ବିଶେଷ ବ୍ୟବସ୍ଥା କରାଯିବ । ଏହି ଅପରାଧିଙ୍କୁ ପ୍ରତ୍ୟେକ୍ଷ ବା ପରୋକ୍ଷ ଭାବେ ସାହାଯ୍ୟ କରୁଥିବା ବ୍ୟକ୍ତିଙ୍କ ପାଇଁ ସଜା ବି ଏହି ବିଲ୍‌ରେ ଆସିପାରେ । ଆଶା କରାଯାଉଛି ଆଗାମୀ ଶିତକାଳିନ ଅଧିବେଶନରେ ଏହି ବିଲ୍‌କୁ ଉପସ୍ଥାପନ କରାଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri