Posted inଜାତୀୟ

ମାମୁ ଶିବରାଜଙ୍କ ଶାସନରେ ମଧ୍ୟପ୍ରଦେଶ ସହିଛି ବହୁ ଆର୍ଥିକ କ୍ଷତି: କଂଗ୍ରେସ…

ଭୋପାଳ,୨୭।୯ : ମଧ୍ୟପ୍ରଦେଶର ଗୁନାରେ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ପୂର୍ବତନ ମନ୍ତ୍ରୀ ତଥା ଦିଗବିଜୟ ସିଂଙ୍କ ପୁଅ ଜୟବର୍ଦ୍ଧନ ସିଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ସମର୍ଥିତ ବିଧାୟକଙ୍କ ସମେତ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମଧ୍ୟପ୍ରଦେଶର ରାଧୋଗଢର ବିଧାୟକ ଜୟବର୍ଦ୍ଧନ ସିଂ ଗୁନାରେ ଏକ ନିର୍ବାଚନ ରାଲିରେ ଶିବରାଜଙ୍କୁ ମାମୁ ବୋଲି ସମ୍ବୋଧିତ କରିଛନ୍ତି।

ସେ କହିଛନ୍ତି ମାମୁଙ୍କ ଶାସନରେ ମଧ୍ୟପ୍ରଦେଶ ବିପୁଳ ଆର୍ଥିକ କ୍ଷତି ସହିଛି। ପୂର୍ବତନ ସିଏମ କମଲ ନାଥଙ୍କୁ ପ୍ରଶଂସା କରି ଜୟବର୍ଦ୍ଧନ କହିଛନ୍ତି କମଲ ନାଥଙ୍କ ୧୫ମାସ ଶିବରାଜ ସିଂଙ୍କ ୧୫ ବର୍ଷ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି କମଲ ନାଥ ପୁଣି ମଧ୍ୟପ୍ରଦେଶର ସିଏମ ହୁଅନ୍ତି, ତେବେ ରାଜ୍ୟ  ବିକାଶ ଧାରାରେ ଗତି କରିବ।

ଗତ ସାଢ଼େ ତିନି ବର୍ଷ ମଧ୍ୟରେ ମଧ୍ୟପ୍ରଦେଶରେ ଏକ କିଣା ସରକାର ଗଠନ କରାଯାଇଛି। ସେବେଠାରୁ ଯଦି କେହି ଧନୀ ହୋଇଛନ୍ତି ସେମାନେ ହେଉଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ, ସିଏମ ଶିବରାଜ ଏବଂ ତାଙ୍କ ମନ୍ତ୍ରୀମାନେ। ମାତ୍ର ରାଜ୍ୟବାସୀ ଅବହେଳିତ ହେବାରେ ଲାଗିଛନ୍ତି।

ସେ ସିଏମଙ୍କ ଲାଡଲି ବହେନ ଯୋଜନା ଉପରେ ପ୍ରଶ୍ନ ଉଠାଇ କହିଛନ୍ତି ମଧ୍ୟପ୍ରଦେଶରେ କେବଳ ୪୦ ପ୍ରତିଶତ ମହିଳା ଲାଡଲି ବହେନ ଯୋଜନାର ଲାଭ ପାଇଛନ୍ତି। ଅପରପକ୍ଷରେ ୬୦ ପ୍ରତିଶତ ମହିଳା ଏହି ଯୋଜନାରୁ ବଞ୍ଚିତ ହୋଇଛନ୍ତି। ସରକାର ଦରଦାମ ବୃଦ୍ଧିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ରାଜ୍ୟରେ ସିଲିଣ୍ଡରର ମୂଲ୍ୟ ୧୧୦୦ରୁ ଅଧିକ ରହିଛି।

ଜୟବର୍ଦ୍ଧନ ସିଂଙ୍କ ବିବୃତ୍ତିକୁ ବିରୋଧ କରି ଭାଜପା ପ୍ରାର୍ଥୀ ହିରେନ୍ଦ୍ର ସିଂ ବଣ୍ଟି କହିଛନ୍ତି କମଲନାଥ ସରକାରଙ୍କ ୧୫ ମାସ ମଧ୍ୟରେ କୃଷକଙ୍କ କେତେ ଋଣ ଛାଡ କରାଯାଇଛି ତାହା କହିବା ଆବଶ୍ୟକ। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମ୍ମାନକୁ ଆଘାତ ଲାଗିଥିଲା। ଏହି କାରଣରୁ ସେ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri