‘ସୁନ୍ଦରୀ’ ସ୍ଥିତି ଜଣାଇବାକୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସାତକୋଶିଆରେ ଏବେ ବନ୍ଦୀ ଜୀବନ ବିତାଉଛି ବାଘୁଣୀ ‘ସୁନ୍ଦରୀ’। ସୁନ୍ଦରୀର ଘର ବାହୁଡ଼ା ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇପାରୁନି। ଏ ସଂକ୍ରାନ୍ତରେ ମଧ୍ୟପ୍ରଦେଶ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି ହୋଇଛି। ଏକ ସଂସ୍ଥା ପକ୍ଷରୁ ଉକ୍ତ ମାମଲା ଦାଏର କରାଯାଇଥିଲା। ସୁନ୍ଦରୀ କାହିଁକି ଏନ୍‌କ୍ଲୋଜରରେ ରହିଛି, ସାତକୋଶିଆରେ ବାଘ ବଂଶ ବୃଦ୍ଧି ପାଇଁ କରାଯାଇଥିବା ଯୋଜନା କାହିଁକି ଫେଲ୍‌ ମାରିଲା, ଦୀର୍ଘଦିନ ପରେ ମଧ୍ୟ ସୁନ୍ଦରୀ ବାବଦରେ କାହିଁକି କୌଣସି ନିଷ୍ପତ୍ତି ନିଆଯାଇ ପାରୁନାହିଁ ବୋଲି ଅଭିଯୋଗ ହୋଇଥିଲା। ମାମଲାର ଶୁଣାଣି କରି ସମସ୍ତ ରିପୋର୍ଟ ସହ ସୁନ୍ଦରୀର ବର୍ତ୍ତମାନର ସ୍ଥିତି ଜଣାଇବା ପାଇଁ ରାଜ୍ୟ ବନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ନିର୍ଦ୍ଦେଶାନୁସାରେ, ଆସନ୍ତା ସପ୍ତାହରେ ଓଡ଼ିଶା ବନ ବିଭଗ ପକ୍ଷରୁ ଅନୁଗୋଳ ଡିଏଫ୍‌ଓ ମଧ୍ୟପ୍ରଦେଶ ହାଇକୋର୍ଟରେ ହାଜର ହୋଇ ପକ୍ଷ ରଖିବେ।
ସେପଟେ ବନ ବିଭାଗ ପକ୍ଷରୁ କୁହାଯାଇଛି ଯେ, ବାରମ୍ବାର ପତ୍ର ଲେଖିବା ପରେ ମଧ୍ୟ ମଧ୍ୟପ୍ରଦେଶ ବନ ବିଭାଗ ସୁନ୍ଦରୀକୁ ଫେରାଇ ନେବାରେ ବିଳମ୍ବ କରୁଛି। ଅନ୍ୟପଟେ ବାଘୁଣୀ ଏତେଦିନ ଏନ୍‌କ୍ଲୋଜର ଭିତରେ ରହିଥିବାରୁ ତା’ର ବ୍ୟବହାରରେ ପରିବର୍ତ୍ତନ ହୋଇଯାଇଥିବ। ତେଣୁ ଆଉ ଜଙ୍ଗଲରେ ଛାଡ଼ି ହେବ ନାହିଁ। ତାକୁ ଚିଡ଼ିଆଖାନାରେ ରଖାଯାଉ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞମାନେ ମତପ୍ରକାଶ କରୁଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବ୍ୟାଘ୍ର ବଂଶ ବୃଦ୍ଧି କରିବା ପାଇଁ ମଧ୍ୟପ୍ରଦେଶରୁ ଦୁଇଟି ବାଘ ଆସିଥିଲା। ସେଥିମଧ୍ୟରୁ ଗୋଟିଏ ବାଘ ‘ମହାବୀର’ର ମୃତ୍ୟୁ ଘଟିଥିବାବେଳେ ମଣିଷ ମାରିବା ଅଭିଯୋଗ ହେବା ପରେ ‘ସୁନ୍ଦରୀ’କୁ ଏନ୍‌କ୍ଲୋଜରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?