Posted inଜାତୀୟ

ରାଜ୍ୟପାଳ ଘରେ ଖାଇବାରୁ ଆସିଲା ୧୪ ହଜାର ଟଙ୍କାର ବିଲ୍‌

ଭୋପାଳ,୨୬।୧୨: ବୁଧରାମ ଆଦିବାସୀ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଭଙ୍ଗା କୁଡ଼ିଆ ଘରେ ରହୁଥିଲେ। ଗତ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ପକ୍କା ଘର ଯୋଗାଇ ଦିଆଯାଇଥିଲା। ଏପରି କି ତାଙ୍କୁ ଘରର ଚାବି ହସ୍ତାନ୍ତର କରିଥିଲେ ରାଜ୍ୟପାଳ ମଙ୍‌ୁଭାଇ ସି ପଟେଲ। କେବଳ ଏତିକି ନୁହେଁ ରାଜ୍ୟପାଳ ତାଙ୍କ ନୂଆ ଘରେ ମଧ୍ୟାହ୍ନ ଭୋଜନ କରିଥିଲେ। ଏହା ବୁଧରାମଙ୍କ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି।

ଗତ ଅଗଷ୍ଟ ୨୪ରେ ବୁଧରାମଙ୍କ ଗୃହ ପ୍ରବେଶ ଉତ୍ସବାରେ ଯୋଗ ଦେବା ସହ ମଧ୍ୟାହ୍ନ ଭୋଜନ କରିଥିଲେ ରାଜ୍ୟପାଳ। ଗାଁକୁ ଭିଭିଆପି ଆସୁଥିବାରୁ ପଞ୍ଚାୟତ ସଦସ୍ୟ ତାଙ୍କ ଘରେ ନୂଆ ଗେଟଠାରୁ ଆରମ୍ଭ କରି ଫ୍ୟାନ ପର୍ଯ୍ୟନ୍ତ ସବୁ କିଛି ଆସବାପତ୍ର ରଖିଥିଲେ। କିନ୍ତୁ ସେହି ଦିନ ରାଜ୍ୟପାଳ ଫେରିଯିବା ପରେ ପଞ୍ଚାୟତ ସଦସ୍ୟ ଫ୍ୟାନ ଫେରାଇ ନେବା ସହ ତାଙ୍କ ଠାରୁ ଗେଟ୍‌ ବାବଦକୁ ମାଗିଥିଲେ ୧୪ ହଜାର ଟଙ୍କା।

“ଅଧିକାରୀମାନେ ଆସିଥିଲେ। ସେମାନେ କହିଥିଲେ, ରାଜ୍ୟପାଳ ବାବୁ ଲଞ୍ଚ କରିବେ। ୧୪ ହଜାର ଟଙ୍କାର ଗେଟ୍‌ ଲଗାଇଥିଲେ। ସେମାନେ ଏବେ ଗେଟ୍‌ ପାଇଁ ଟଙ୍କା ମାଗୁଛନ୍ତି। ମୋ ପାଖରେ ନାହିଁ। ମୋତେ ଗେଟ୍‌ ଲଗାଇବା ଲାଗି ଟଙ୍କା ଦେବାକୁ ପଡ଼ିବ ଜଣାଥିଲେ, ମୁଁ ଏହାକୁ ଲଗାଇ ନ ଥାନ୍ତି” ବୋଲି ବୁଧରାମ କହିଛନ୍ତି।

ଏ ସମ୍ପର୍କରେ ସହରୀ ବିକାଶ ମନ୍ତ୍ରୀ ଭୁପେନ୍ଦ୍ର ସିଂ କହିଛନ୍ତି, ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ଘଟିବା ଉଚିତ ନୁହେଁ। ଅତିଥି ଆସିଲେ ଘରକୁ ସଜାଇବାର ପରମ୍ପରା ରହିଛି। ଏହା ରାଜ୍ୟପାଳଙ୍କ ମର୍ଯ୍ୟଦା ବିରୋଧରେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri