Posted inଜାତୀୟ

ଚିକେନ ରୋଷେଇ କରିବାକୁ ମନା କଲେ ବୋଲି…

ଭୋପାଳ,୧।୯: ଚିକେନ ରୋଷେଇ କରିବାକୁ ମନା କରି ଦେବାରୁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ମଧ୍ୟପ୍ରଦେଶର ଶାହଦୋଲ ଜିଲାରେ। ପାପାଉନ୍ଧ ଥାନା ଅନ୍ତର୍ଗତ ସେମାରିୟାତୋଲା ଗ୍ରାମରେ ଗତ ୨୩ ତାରିଖ ରାତିରେ ଘଟିଥିଲା। କିନ୍ତୁ ତଦନ୍ତରୁ ୩୨ ବର୍ଷୀୟା ମହିଳାଙ୍କ ହତ୍ୟା ପଛରେ ମୃତକଙ୍କ ସ୍ବାମୀଙ୍କ ହାତ ଥିବା ଜଣାପଡ଼ିବା ପରେ ଗିରଫ କରାଯାଇଛି।

ଅତିରିକ୍ତ ଏସ୍‌ପି ମୁକେଶ ବୈଷ୍ୟ କହିଛନ୍ତି, ଅଭିଯୁକ୍ତଙ୍କ ନାମ କମଲେଶ କୋଲ। ଗତ ୨୩ ତାରିଖ ରାତିରେ ଚିକେନ ରୋଷେଇକୁ ନେଇ କମଲେଶ ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଏକ ଠେଙ୍ଗାରେ ସ୍ତ୍ରୀଙ୍କୁ ମାଡ଼ ମାରିଥିଲେ।

ପ୍ରାରମ୍ଭିକ ତଦନ୍ତ ବେଳେ ଦୁର୍ଘଟଣାବଶତଃ ଆହତ ହୋଇ ମହିଳା ପ୍ରାଣ ହରାଇଥିବା ସ୍ବାମୀ ପୋଲିସକୁ କହିଥିଲେ। କିନ୍ତୁ ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପରେ ମୁଣ୍ଡରେ ଗଭୀର ଆଘାତ ଲାଗିବା କାରଣରୁ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା। ପଚରାଉଚୁରା ବେଳେ ଚିକେନ ରୋଷେଇ କରିବାକୁ ମନା କରିବାରୁ ସ୍ତ୍ରୀଙ୍କୁ ବାଡ଼େଇ ବାଡ଼େଇ ମାରିଥିବା କମଲେଶ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri