Posted inଜାତୀୟ

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା: ସରକାରୀ ଚାକିରିରେ ମହିଳାଙ୍କ ଲାଗି ୩୫% ସଂରକ୍ଷଣ

ଭୋପାଳ,୫।୧୦: ଚଳିତ ବର୍ଷ ଶେଷରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିନେଇ ଯେକୌଣସି ସମୟରେ ତାରିଖ ଘୋଷଣା କରାଯାଇପାରେ। ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ଶିବରାଜ ସିଂହଙ୍କ ସମେତ ବହୁ ଭାଜପା ନେତା ରାଲି କରୁଛନ୍ତି। ଆଚରଣ ସଂହିତା କାର୍ଯ୍ୟକାରୀ ହେବା ପୂର୍ବରୁ ଏବେ ଶିବରାଜ ବଡ଼ ଗୋଟି ଚାଳନା କରିଛନ୍ତି। ରାଜ୍ୟର ଅଧା ଜନସଂଖ୍ୟାକୁ ନିଜ ଆଡ଼କୁ କରିବା ଲାଗି ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି ସ୍ବରୂପ ସରକାରୀ ଚାକିରିରେ ମହିଳାଙ୍କୁ ୩୫% ସଂରକ୍ଷଣ ଦେବାକୁ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସାଧାରଣ ପ୍ରଶାସନ ବିଭାଗ ମଧ୍ୟ ଏହାର ବିଜ୍ଞପ୍ତି ଜାରି କରିଛି। ଜଙ୍ଗଲ ବିଭାଗ ବ୍ୟତିତ ଅନ୍ୟ ସମସ୍ତ ବିଭାଗରେ ୩୫% ସଂରକ୍ଷଣର ଫର୍ମୁଲା ରହିବ। ନିକଟରେ ମୁଖ୍ୟମନ୍ତ୍ରୀ ଶିବରାଜ ପୋଲିସରେ ୩୫% ଝିଅଙ୍କୁ ନିଯୁକ୍ତି ଦେବାକୁ ଘୋଷଣା କରିଥିଲେ। ପୂର୍ବରୁ ଏହା ୩୦% ଥିଲା। ଏବେ ଅବଶିଷ୍ଟ ସରକାରୀ ଚାକିରିରେ ୩୫% ଝିଅଙ୍କ ନିଯୁକ୍ତି ହେବ। ନିର୍ବାଚନ ପୂର୍ବରୁ ଏହା ଏକ ବଡ଼ ଘୋଷଣା ବୋଲି କୁହାଯାଉଥିଲେ ହେଁ ରାଜ୍ୟର ମହିଳାମାନଙ୍କୁ ସଶକ୍ତିକରଣ ଏବଂ ଆତ୍ମନିର୍ଭରଶୀଳ କରିବା ଦିଗରେ ଏହା ବଡ଼ ପଦକ୍ଷେପ ବୋଲି ହେବ।

ମଧ୍ୟପ୍ରଦେଶର ଜନସଂଖ୍ୟା ବର୍ତ୍ତମାନ ପ୍ରାୟ ୮.୭୭ କୋଟି। ଏଥିରେ ୩୫,୦୧୪,୫୦୩ ହେଉଛନ୍ତି ମହିଳା, ଯାହାକି ରାଜ୍ୟ ଜନସଂଖ୍ୟାର ୪୮.୩୦%। ଏବେ ଶିବରାଜ ସରକାର ରାଜ୍ୟର ଅଧା ଜନସଂଖ୍ୟାର ମନ ଜିଣିବାକୁ ଚେଷ୍ଟା କରୁଥିବା ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri