Posted inଜାତୀୟ

ଅନ୍‌ଲାଇନ ଗେମ୍‌ ନିୟନ୍ତ୍ରଣ ପାଇଁ ଆସିବ କଠୋର ଆଇନ

ଭୋପାଳ,୧୩।୧: ଅନ୍‌ଲାଇନ ଗେମ୍‌ ପିଲାଙ୍କ ଜୀବନ ନେଉଥିବା ବେଳେ ଏହା ମା’ବାପାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ମଧ୍ୟପ୍ରଦେଶ ସରକାର ଖୁବ୍‌ଶୀଘ୍ର ଏକ ଆଇନ ଆଣିବାକୁ ଯାଉଛନ୍ତି। ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି।

ଅନ୍‌ଲାଇନ ଗେମ୍‌ ପ୍ରସ୍ତୁତକାରୀ କମ୍ପାନୀଗୁଡ଼ିକ ପାଇଁ ଗାଇଡ୍‌ଲାଇନ ଧାର୍ଯ୍ୟ କରାଯିବ। ମଧ୍ୟପ୍ରଦେଶ ସରକାର ଏଥିପାଇଁ ଚିଠା ପ୍ରସ୍ତୁତ କରିସାରିଥିବା ବେଳେ ଖୁବ୍‌ଶୀଘ୍ର ଏହା ବିଧାନସଭାରେ ଉପସ୍ଥାପନ କରାଯିବ ବୋଲି ନରୋତ୍ତମ କହିଛନ୍ତି। ଉକ୍ତ ଆଇନ କାର୍ଯ୍ୟକାରୀ ହେଲେ ଅନ୍‌ଲାଇନ ଗେମ୍‌ ନିୟନ୍ତ୍ରଣ ହେବ। ବିନା ଅନୁମତିରେ ଅନ୍‌ଲାଇନ ଗେମ୍‌ ଚଳାଉଥିବା କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବୁଧବାର ଫ୍ରି ଫାୟାର ଗେମ୍‌ ଖେଳୁଥିବା ଜଣେ ୧୨ ବର୍ଷର ପିଲା ନିରାଶ ହୋଇ ଆତ୍ମହତ୍ୟା କରିଥିଲେ। ଅନ୍‌ଲାଇନ ଗେମ୍‌ ଯୋଗୁ ଏଭଳି ଅନେକ ଦୁଃଖଦ ଘଟଣା ବିଭିନ୍ନ ରାଜ୍ୟରେ ଘଟୁଛି। ଏହାକୁ ରୋକିବାକୁ ହେଲେ କଠୋର ଆଇନ ଅଣାଯିବା ଜରୁରୀ ବୋଲି ମନ୍ତ୍ରୀ ନରୋତ୍ତମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri