ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଦିଲ୍ଲୀରୁ ଫେରିବା ପରେ ମୃତକମାନଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ଦେବା ଲାଗି ଘୋଷଣା ହୋଇଛି। ତେବେ ମଧ୍ୟପ୍ରଦେଶର ଆଗର-ମାଲୱା ଜିଲା ନଲଖେଡ଼ା ସ୍ଥିତ ପ୍ରସିଦ୍ଧ ମା’ ବାଗଲାମୁଖୀ ମନ୍ଦିର ନିକଟରେ ଘଟିଥିବା ଏହି ଅଭାବନୀୟ ଘଟଣା ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳର ଏହି ପରିବାର ଗତ ସେପ୍ଟେମ୍ବର ୧୬ ତାରିଖରେ ଉଜ୍ଜୟିନୀ ଦର୍ଶନ ପାଇଁ ଯାଇଥିଲେ। ସେଠାରୁ ମା’ ବାଗଲାମୁଖୀ ମନ୍ଦିର ଆଡ଼କୁ ଯାଉଥିବା ସମୟରେ, ପ୍ରବଳ ବର୍ଷା ଯୋଗୁ ରାସ୍ତାରେ ପ୍ରବାହିତ ହେଉଥିବା ଏକ ଜଳସ୍ରୋତକୁ ଅତିକ୍ରମ କରିବାକୁ ଚେଷ୍ଟା କରିବା ବେଳେ ଗାଡ଼ିଟି ହଠାତ ଭାସି ଯାଇଥିଲା। ଏହି ଦୁର୍ଘଟଣାରେ କାର୍‌ରେ ଥିବା ଓଡ଼ିଶାର ୭ ଜଣ ପର୍ଯ୍ୟଟକଙ୍କ ସମେତ ସ୍ଥାନୀୟ ଗାଡ଼ି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଓଡ଼ିଆଙ୍କ ମଧ୍ୟରେ ୩ ଜଣ ଶିଶୁ, ୨ ଜଣ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି, ଯେଉଁମାନଙ୍କ ପରିଚୟ ଶିବପ୍ରସାଦ ବେହେରା, ରୋଜାଲିନ ବେହେରା, ରୀତାରାଣୀ ବେହେରା, ଜ୍ଞାନେନ୍ଦ୍ର ବେହେରା, ସାଈ ସ୍ବର୍ଣ୍ଣପ୍ରଭା ବେହେରା, କୃଷ୍ଣା ରାଜବୀର ଏବଂ ସାଈ ସ୍ବସ୍ତିକ ବେହେରା ଭାବେ ଚିହ୍ନଟ କରାଯାଇଛି।

ଏହି ଦୁଃଖଦ ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ’ଓଡ଼ିଶା ପରିବାର’ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟପ୍ରଦେଶ ପ୍ରଶାସନ ସହ ଯୋଗାଯୋଗ କରି ମୃତଦେହଗୁଡ଼ିକୁ ସମ୍ମାନର ସହ ଓଡ଼ିଶା ଆଣିବା ପାଇଁ ସମସ୍ତ ବ୍ୟବସ୍ଥା କରୁଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ’ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡ’ରୁ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?