Posted inଜାତୀୟ

ଏହି ରାଜ୍ୟରେ ମଦ୍ରାସା ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଗୁଆହାଟୀ, ୧୦।୧୦: ଆସାମରେ ଶାସକ ଭାଜପା ସରକାରଙ୍କ ଶିକ୍ଷା ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି, ରାଜ୍ୟରେ ସମସ୍ତ ସରକାରୀ ମଦ୍ରାସା ବନ୍ଦ କରାଯିବ। ଏହି ପ୍ରକ୍ରିୟା ଆସନ୍ତା ମାସ ଅର୍ଥାତ୍‌ ନଭେମ୍ବରରୁ ଆରମ୍ଭ ହେବ। ଧାର୍ମିକ ଶିକ୍ଷା ଦେବା ସରକାରଙ୍କ କାମ ନୁହେଁ। କୌଣସି ଧାର୍ମିକ ଶିକ୍ଷା ପ୍ରତିଷ୍ଠାନ ସରକାରୀ ପାଣ୍ଠିରୁ ପରିଚାଳିତ ହେବ ନାହିଁ। ତେବେ ବେସରକାରୀ ମଦ୍ରାସା ସଞ୍ଚାଳନ ଉପରେ ଆମେ କିଛି କହିପାରିବୁ ନାହିଁ ବୋଲି ହିମନ୍ତ କହିଛନ୍ତି। ଆସାମ ସରକାରଙ୍କ ଏହି ବୟାନ ପରେ ଏଆଇୟୁଡିଏଫ୍‌ ମୁଖ୍ୟ ତଥା ଲୋକସଭା ଏମ୍‌ପି ବଦରୁଦ୍ଦିନ ଅଜମଲ କହିଛନ୍ତି, ଯଦି ଭାଜପା ନେତୃତ୍ୱାଧୀନ ସରକାର ମଦ୍ରାସା ବନ୍ଦ କରନ୍ତି ତେବେ ଆମ ସରକାର ସେଗୁଡ଼ିକୁ ଖୋଲିବ। ଯଦି ତାଙ୍କ ଦଳ ସରକାର ଗଠନ କରିବ ତେବେ ବନ୍ଦ କରାଯାଇଥିବା ସମସ୍ତ ମଦ୍ରାସା ଖୋଲାଯିବ। ଏଠାରେ ଉଲ୍ଲେଖଯୋଗ୍ୟ, ଗତବର୍ଷ ଆସାମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ମଦ୍ରାସା ବନ୍ଦ ହେବା ଫଳରେ ୪୮ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ଅଧିନରେ ଥିବା ବିଦ୍ୟାଳୟକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶଯୋଗ୍ୟ, ଆସାମରେ ୬୧୪ଟି ସରକାରୀ ସହାୟତାପ୍ରାପ୍ତ ମଦ୍ରାସା ରହିଛି। ଯେଉଁଥିରୁ ୫୭ଟି ବାଳିକାମାନଙ୍କ ପାଇଁ ଉଦ୍ଦିଷ୍ଟ। ସେହିଭଳି ରାଜ୍ୟରେ ସରକାରୀ ସହାୟତାପ୍ରାପ୍ତ ୧୦୦ ସଂସ୍କୃତ ବିଦ୍ୟାଳୟ ମଧ୍ୟ ରହିଛି। ରାଜ୍ୟ ସରକାର ବାର୍ଷିକ ମଦ୍ରାସା ପିଛା ୩-୪ କୋଟି ଏବଂ ସଂସ୍କୃତ ବିଦ୍ୟାଳୟ ପିଛା କୋଟିଏ ଟଙ୍କା ଖର୍ଚ୍ଚ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri