ମଧୁରଝୋଳ ଗାଁ ଶୂନ୍‌ଶାନ

କବିସୂର୍ଯ୍ୟନଗର,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତ ମଧୁରଝୋଳ ଗ୍ରାମରେ ଗୁଣିଗାରେଡିକୁ କେନ୍ଦ୍ରକରି ଗତ ବୁଧବାର ଜଣେ ମହିଳାଙ୍କୁ ହତ୍ୟା ସହ ୩ ପରିବାରକୁ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ପୋଲିସ ଗୁରୁବାର ୩୩ ଜଣଙ୍କୁ ଗିରଫ କରଛି। ଏବେ ବି ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅଟକ ରଖିଛି। ଏପଟେ ମଧୁରଝୋଳ ଗାଁ ଜନଶୂନ୍ୟ ହୋଇଛି। ଗ୍ରାମରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗାଁ ବାହାରେ ପୋଲିସ ପହରା ଦେଉଛି। ଗ୍ରାମରେ ପ୍ରାୟ ୨୦୦ ପରିବାର ରହୁଥିବା ବେଳେ ଅଧିକାଂଶଙ୍କ ଘରେ ତାଲା ଝୁଲୁଛି। କେତେଜଣ ବୟସ୍କ ଏକାକୀ ରହିଛନ୍ତି। ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକେ ସେମାନଙ୍କ ଗୃହପାଳିତ ପ୍ରାଣୀ ଓ ଯାନବାହନ ପାଖ ଗାଁ ବନ୍ଧୁ ସମ୍ପର୍କୀୟଙ୍କ ଘରେ ରଖିଥିବା ଦେଖିବାକୁ ମିଳିଛି।
ଏଭଳି ଅପ୍ରୀତିକର ଘଟଣା ପଛର ସତ ବଖାଣିଛନ୍ତି ଗ୍ରାମର ଜଣେ ବୃଦ୍ଧ। କିଛି ଦିନ ପୂର୍ବରୁ ଗ୍ରାମରେ ଅନେକ ଶିଶୁ ଅସୁସ୍ଥ ହୋଇଥିଲେ। ସେଥିମଧ୍ୟରୁ କେତେଜଣଙ୍କ ଜୀବନ ଯାଇଥିଲା। ଏହାର ପ୍ରତିକାର ନିମନ୍ତେ ଗ୍ରାମବାସୀ ବୈଠକ କରି ତାନ୍ତ୍ରିକ ଡକାଇଥିଲେ। ତାନ୍ତ୍ରିକ ଆସି ଗ୍ରାମରେ ଗୁଣି କରିଥିବା ବ୍ୟକ୍ତିଙ୍କ ସମ୍ବନ୍ଧରେ ସୂଚନା ଦେବାପରେ ଗଣ୍ଡଗୋଳ ଘଟିଥିବା ବୃଦ୍ଧ ଜଣକ କହିଥିଲେ। ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୫ଟି ମାମଲା ରୁଜୁ କରି ୩୩ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅନ୍ୟପଟେ ଘଟଣା ପଛର ମାଷ୍ଟରମାଇଣ୍ଡ ତାନ୍ତ୍ରିକଙ୍କୁ ପୋଲିସ କେବେ ଗିରଫ କରି କ’ଣ କାର୍ଯ୍ୟାନୁଷ୍ଠାନ ନେଉଛି ତାହା ଦେଖିବାକୁ ଅପେକ୍ଷା ରହିଛି। କବିସୂର୍ଯ୍ୟନଗର ଆଇଆଇସି ଗ୍ରାମରେ ଶାନ୍ତି ପ୍ରତିଷ୍ଠା ଲାଗି ଶାନ୍ତି କମିଟି ଗଠନ କରାଯାଇଥିଲେ ବି ଏଭଳି ଘଟଣା ଘଟିଥିବା କହିଛନ୍ତି। ଗାଁ ସ୍କୁଲ ଓ ଅଙ୍ଗନୱାଡିକୁ ଶୁକ୍ରବାର କୌଣସି ପିଲା ଆସି ନଥିବା ପ୍ରଧାନ ଶିକ୍ଷକ ସୁବ୍ରତ ରାଓ ଦୋରା କହିଛନ୍ତି। ଅଧିକାଂଶ ଗ୍ରାମବାସୀ ଖଟିଖିଆ, ଦିନ ମଜୁରିଆ ଶ୍ରେଣୀର ହେତୁ ସେମାନଙ୍କ ଜୀବନଜୀବିକା ଉପରେ ବହୁ ପ୍ରଭାବ ପଡିବ। ଆଇଆଇସି ପ୍ରଭାତ ସାହୁ କହିଛନ୍ତି ଏବେ ବି କେତେଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଆଗକୁ ଗିରଫ ସଂଖ୍ୟା ବଢ଼ିପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?