ଋଷିକୂଲ୍ୟା ନଦୀ ପାର୍ଶ୍ୱକୁ ହାଣି ଚାଲିଛନ୍ତି ମାଫିଆ: ପୋଲିସ ଉପରକୁ ଅଙ୍ଗୁଳି ଉଠାଉଛନ୍ତି ପ୍ରତାପପୁରବାସୀ

ରୁଷୋତ୍ତମପୁର,୧୪।୨(ସିମାଞ୍ଚଳମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପପୁର ଗ୍ରାମ ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ହେବାରେ ଲାଗିଛି । ଏ ନେଇ ଖବରପାଇ ପୁରୁଷୋତ୍ତମପୁର ଆଇଆଇସି ରାଜେଶକୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇ ସୁଶାନ୍ତ କୁମାର ମିଶ୍ର ଓ କର୍ମଚାରୀମାନେ ଗୁରବାର ବିଳମ୍ବିତ ରାତିରେ ନଦୀଘାଟରେ ଚଢାଉକରିଥିଲେ। ଚଢ଼ାଉରେ ଜଣଙ୍କୁ ଗିରଫ କରିବା ସହ ଏକ ଟ୍ରାକ୍ଟର(ଓଡି୦୭ଏଡି୫୯୦୫ )କୁ ଜବତ କରାଯାଇଛି। ଗିରଫ ଯୁବକ ହେଲେ ବେଢ଼ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଜଗନ୍ନାଥ ସ୍ବାଇଁ (୪୦)। ଏ ନେଇ କେସ ନଂ ୧୦୬/୨୫ରେ ଏକ ମାମଲା ରୁଜୁ କରାଯାଇଥିବା ଆଇଆଇସି ରାଜେଶ କୁମାର ନାୟକ କହିଛନ୍ତି।
ମାତ୍ର ଏହି ଘଟଣାକୁ ନେଇ ଲୋକେ ପୋଲିସ ବିଭାଗ ଉପରକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ଦୀର୍ଘ ଦିନହେଲା ପ୍ରତାପପୁର ଗ୍ରାମ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରେ ବାଲିମାଫିଆମାନେ କୂଳଘାଇକୁ ହାଣିବା ସହ ବେଆଇନ ଭାବରେ ବାଲି ଚୋରାଚାଲାଣ କରିବାରେ ଲାଗିଛନ୍ତି । ଏହି ବାଲିମାଫିଆ ଓ ନିଶା କାରବାର ମାଫିଆଙ୍କ ପଛରେ କିଛି ଅସାଧୁ ପୋଲିସ କର୍ମଚାରୀ ରହିଥିବା ଲୋକେ ଅଭିଯୋଗ କରିଛନ୍ତି। ଏପରିକି ଏହି କର୍ମଚାରୀମାନେ ଏଠାରେ ଦୀର୍ଘବଷ ର୍ହେଲା ରହି ଏପରିକାର୍ଯ୍ୟରେ ଲିପ୍ତଥିବା ନେଇ ଲୋକେ କିଛି ପୋଲିସ କର୍ମଚାରୀଙ୍କ ନାମରେ ବହୁବାର ପୂର୍ବତନ ଗଞ୍ଜାମ ଏସ୍‌ପି ଓ ବରିଷ୍ଟ ପୋଲିସ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରି ତୁରନ୍ତ ଏହି କର୍ମଚାରୀମାନଙ୍କୁ ଏଠାରୁ ବଦଳିକରିବା ଲାଗି ଦାବି କରିଥିଲେ। ତେବେ ଏଯାବତ୍‌ ସେମାନଙ୍କ ଉପରେ କୌଣସି ପଦକ୍ଷପ ନିଆଯାଇନାହିଁ। ଏହାକୁନେଇ ପୋଲିସ ବିଭାଗ ପ୍ରତି ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟିକରିଛି। ଏହାକୁ ବର୍ତ୍ତମାନର ଏସ୍‌ପି ଗୁରୁତ୍ୱ ସହ ନେଇ ଏଭଳି ପୋଲିସ କର୍ମଚାରୀଙ୍କୁ ତୁରନ୍ତ ହଟାଇବାକୁ ଦାବିକରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri