ରାତିରେ ଶାଳଗଛ କାଟିଲେ ମାଫିଆ, ଜଣେ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମାଦେଲେ ମହିଳା

ରୂପ୍‌ସା,୬ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଅଞ୍ଚଳରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଗୁରୁବାର ରାତିରେ ୮/୧୦ ଜଣ କାଠ ମାଫିଆ ଓ ଗଛ କଟାଳି ସ୍ଥାନୀୟ ଜଙ୍ଗଲରୁ ଏକ ବୃହତ ଶାଳଗଛ କାଟି ଚୋରା ଚାଲାଣ ଉଦ୍ୟମ କରୁଥିଲେ। ଗଛ ପଡ଼ିବା ଶବ୍ଦ ଶୁଣି ଗାଁର ମହିଳାମାନେ ଏକଜୁଟ୍‌ ହୋଇ ଦୁଇ ଜଣ ଯୁବକଙ୍କୁ କାବୁ କରିଥିବା ବେଳେ ଅନ୍ୟମାନେ ବାଇକ୍‌ ଓ ପିକ୍‌ ଅପ୍‌ ଭ୍ୟାନ୍‌ ନେଇ ଚମ୍ପଟ ମାରିଥିଲେ। ସେହି ଦୁଇ ଜଣ ଯୁବକ ହେଲେ ଲଛମନଖୁଣ୍ଟା ଗ୍ରାମର ମୀର ଅଲିମ ଅଲ୍ଲୀ ଓ ରାଉତପଡ଼ା ପଞ୍ଚାୟତ କାନ୍ଥି ବସ୍ତିର ସେକ୍‌ ତାଜୁ। କୌଶଳକ୍ରମେ ମୀର ଅଲିମ ଅଲ୍ଲୀ ଅନ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ ଯାଉଛି କହି ମହିଳାଙ୍କ କବଳରୁ ଦୌଡ଼ି ପଳାଇବାରେ ସମର୍ଥ ହୋଇଥିଲେ। ଖବର ପାଇ ଶୁକ୍ରବାର ସକାଳେ ଫରେଷ୍ଟର ଇତିଶ୍ରୀ ମହାପାତ୍ର, ଫରେଷ୍ଟ ଗାର୍ଡ ଶଶାଙ୍କ ଜେନା ଓ ତପନ କୁମାର ଜେନା ପ୍ରମୁଖ ରୂପ୍‌ସା ଥାନା ପୋଲିସ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। କଟାଯାଇଥିବା ମୂଲ୍ୟବାନ ଶାଳଗଛର ୪ଟି କାଠଗଣ୍ଡି ଜବତ କରିବା ସହ ଅଭିଯୁକ୍ତ ସେକ୍‌ ତାଜୁଙ୍କୁ ଗିରଫ କରିଥିଲେ। କାଠ ମାଫିଆମାନେ ଅନ୍ୟ ଦୁଇଟି ଶାଳଗଛକୁ କାଟିବା ପାଇଁ ଗଛ ମୂଳକୁ ଅଧା ହଣା କରିଥିବା ଦେଖିବାକୁ ମିଳିଛି। ଏ ନେଇ ବନବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଲଛମନଖୁଣ୍ଟାଠାରେ ବେଧଡ଼କ ଚାଲୁଥିବା ଏକ ବେଆଇନ କରତକଳର ମାଲିକ ଶୁକ୍ରବାର ସମସ୍ତ ଯନ୍ତ୍ରାଂଶ ଖୋଲି ଲୁଚାଇ ଦେଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri