Posted inଜାତୀୟ

ଅଫଜଲ ଆନସାରୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ

ନୂଆଦିଲ୍ଲୀ,୧।୫: ମାଫିଆ ମୁଖତାର ଆନସାରୀଙ୍କ ବଡ ଭାଇ ତଥା ବିଏସ୍‌ପି ଏମ୍‌ପି ଅଫଜଲ ଆନସାରୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ କରି ଦିଆଯାଇଛି। ସୋମବାର ଲୋକ ସଭା ସଚିବାଳୟ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛନ୍ତି। ଅଫଜଲ ଆନସାରୀ ୬ ଥର ବିଧାୟକ ଏବଂ ଦୁଇଥର ଏମ୍‌ପି ଭାବରେ ନିର୍ବାଚିତ ହୋଇଛନ୍ତି। ଗାଙ୍ଗଷ୍ଟର ଆକ୍ଟ ମାମଲାରେ ଗାଜିପୁର ଏମ୍‌ପି-ବିଧାୟକ କୋର୍ଟଙ୍କ ଦ୍ୱାରା ଆଫଜଲଙ୍କୁ ଚାରି ବର୍ଷ ଜେଲଦଣ୍ଡ ଦିଆଯାଇଥିଲା।

ଜନପ୍ରତିନିଧିତ୍ୱ ଅଧିନିୟମ କହିବା ଅନୁଯାୟୀ, ଅପରାଧିକ ମାମଲାରେ ଦୁଇ ବର୍ଷ କିମ୍ବା ତା’ଠାରୁ ଅଧିକ ଦଣ୍ଡରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କୁ ଅଯୋଗ୍ୟ କରାଯିବ ଏବଂ ଜେଲରେ ରହିବା ସମୟ ପରେ ଏହି ଅଯୋଗ୍ୟତା ୬ ବର୍ଷ ପର୍ଯ୍ୟନ୍ତ ଜାରି ରହିବ।

୨୦୦୭ ନଭେମ୍ବର ୨୨ରେ ଅଫଜଲ ଆନସାରୀ ଏବଂ ମୁଖତାର ଆନସାରୀଙ୍କୁ ଗାଜିପୁର ଜିଲାର ମହମ୍ମଦାବାଦ କୋଟୱାଲୀରେ ଗ୍ୟାଙ୍ଗଷ୍ଟର ଚାର୍ଟରେ ଅନ୍ତର୍ଭୁକ୍ତ କରାଯାଇଥିଲା ଏବଂ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ସେମାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଗାଜିପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଏସପି ଟିକେଟ ଜିତି ଅଫଜଲ ଆନସାରୀ ଲୋକ ସଭାରେ ପହଞ୍ଚିଥିଲେ। ଏଥି ସହିତ ପଡୋଶୀ ଜିଲା ମଉ କି ମଉ ସଦର ବିଧାନସଭା ଆସନରୁ ମୁଖତାର ଆନସାରୀ କ୍ରମାଗତ ପାଞ୍ଚ ଥର ବିଧାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri