ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ବୁଡ଼

କୋଣାର୍କ,୮।୨(ଡି.ଏନ୍‌.ଏ.): ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବିନା ଶ୍ରଦ୍ଧାଳୁରେ ମାଘସପ୍ତମୀ ବୁଡ଼ ସମାପନ ହୋଇଛି। ସୋମବାର ଭୋର ରାତି ୪ଟାରେ ଚନ୍ଦ୍ରଭାଗା ତୀର୍ଥ ଜଳରେ ତିନି ଠାକୁରଙ୍କ ମହାସ୍ନାନ ପରେ ସେବାୟତମାନେ ବୁଡ଼ ପକାଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ରବିବାର ରାତି ୧୦ଟାରେ ମାଧିପୁର ଗ୍ରାମର ବାବା ତ୍ରିବେଣୀଶ୍ୱର, କୁରୁଜଙ୍ଗ ଗ୍ରାମର ବାବା ଦକ୍ଷିଣେଶ୍ୱର ଓ ସନ୍ତପୁର ଗ୍ରାମର ବାବା ଈଶାଣେଶ୍ୱରଙ୍କ ଚଳନ୍ତି ପ୍ରତିମା ନିଜ ନିଜ ଆସ୍ଥାନରୁ ବିମାନରେ ବିଜେ କରିଥିଲେ। ତିନି ଠାକୁର ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବଜାର ପରିକ୍ରମା କରିବା ପରେ ଏନ୍‌ଏସି କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଆଇବିରେ ପୂଜାର୍ଚ୍ଚନା କରାଯାଇଥିଲା। ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ରାତି ୩ଟାରେ ବିଜେ କରିଥିଲେ। ହରିବୋଲ ଶବ୍ଦରେ ତୀର୍ଥ କ୍ଷେତ୍ର ପ୍ରକମ୍ପିତ ହୋଇ ଉଠିଥିଲା। ସମସ୍ତ ନୀତି ସମାପନ ପରେ ତିନି ଠାକୁର ତୀର୍ଥ ଜଳରେ ସ୍ନାନ କରିଥିଲେ। ଶେଷରେ ଠାକୁରଙ୍କ ସେବାୟତ ଓ ସାଧୁସନ୍ଥମାନେ ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଥିଲେ। ତୀର୍ଥ ପୁଷ୍କରିଣୀରେ ପୁରୀ ରାଧାବଲ୍ଲଭ ମଠ ପକ୍ଷରୁ ସାଧୁସନ୍ଥମାନେ ୧୦୮ ଦୀପ ଆଳତି କରିଥିଲେ। ୧୪୪ ଧାରା ହଟିବା ପରେ ଗ୍ରହଶାନ୍ତି ନିମନ୍ତେ ଶ୍ରଦ୍ଧାଳୁମାନେ ନବଗ୍ରହ ପୀଠରେ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ପରେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। ରବିବାର ରାତିରୁ ଚନ୍ଦ୍ରଭାଗାରେ ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ, ରାମଚଣ୍ଡୀ ଓ ଚନ୍ଦ୍ରଭାଗା ମେରାଇନ ଥାନା ଆଇଆଇସି ପ୍ରମୁଖ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଥିଲେ। ସେହିଭଳି ଶାମ୍ବଦଶମୀ ତିଥିରୁ ୨୭ଦିନ ଯାତ୍ରାରେ ବାହାରିଥିବା ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଚଳନ୍ତିପ୍ରତିମା ରଥାରୂଢ଼ ହୋଇ ଅବଧୂତ ମଠକୁ ବାହୁଡ଼ି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri