ମାଘମେଳାରେ ଜଳିଲା ଝାଡ଼ଦୀପ

ଢେଙ୍କାନାଳ ଅଫିସ,୫।୨: ଢେଙ୍କାନାଳର ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ଶନିବାର ଠାରୁ ଆରମ୍ଭ ହୋଇଛି ମାଘ ମେଳା। ୨ ବର୍ଷ ପରେ କରୋନା କଟକଣା ହଟିଯାଇଥିବାରୁ ଚଳିତବର୍ଷ ବେଶ୍‌ ଯାକଜମକରେ ମାଘମେଳା ଅନୁଷ୍ଠିତ ହେଉଛି। ସନ୍ଧ୍ୟା ସାଢେ ୫ଟାରେ ଗାଦି ମନ୍ଦିରର ୪ଟି ଦ୍ୱାରରେ ମହିମା ସନ୍ନ୍ୟାସୀମାନଙ୍କ ଦ୍ୱାରା ଝାଡ଼ଦୀପ ପ୍ରଜ୍ୱଳନ କରାଯାଇଥିଲା। ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ଦ୍ୱାରା ଅଲେଖ ମହିମା ଧ୍ୱନିରେ ମହିମାଗାଦି ଯୋରନ୍ଦା ପ୍ରକମ୍ପିତ ହୋଇଉଠିଥିଲା। ମହିମା ସନ୍ନ୍ୟାସୀମାନେ ଘୃତାହୁତି କରି ବିଶ୍ୱ କଲ୍ୟାଣ ପାଇଁ ଶୂନ୍ୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।
ଚଳିତବର୍ଷ ଏହି ମାଘ ମେଳାରେ ପ୍ରାୟ ୫ଲକ୍ଷ ଲୋକଙ୍କ ସମାଗମ ହୋଇଛି। ମଧ୍ୟପ୍ରଦେଶ, ଛତିଶଗଡ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଆସାମ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଆଦି ରାଜ୍ୟ ସମେତ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ମହିମା ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ ମେଳାରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡରୁ ମଧ୍ୟ ବିଦେଶୀ ପର୍ଯ୍ୟଟକ ଏହି ମେଳା ବୁଲିବାକୁ ଆସିଛନ୍ତି। ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଞ୍ଚଳରୁ ୨୫ ମହିମା ଶ୍ରଦ୍ଧାଳୁ ୫ଶହ କିଲୋମିଟର ଚାଲିକରି ଯୋରନ୍ଦାରେ ପହଞ୍ଚିଛନ୍ତି। ମେଳା ଉପଲକ୍ଷେ ମହିମା ସନ୍ନ୍ୟାସୀମାନେ ବ୍ରାହ୍ମ ମୁହୂର୍ତ୍ତରୁ ନୀତିକାନ୍ତି କରିଥିଲେ। ଝାଡ଼ଦୀପଗୁଡିକୁ ପ୍ରସ୍ତୁତ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଗାଦି ମନ୍ଦିର ପରିସରରେ ମହିମା ସନ୍ନ୍ୟାସୀ ମାନଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିଥିଲେ। ମହିମା ଶ୍ରଦ୍ଧାଳୁମାନଙ୍କ ଖଞ୍ଜଣି ଭଜନରେ ମହିମାପୀଠ ଯୋରନ୍ଦା ଉତ୍ସବ ମୁଖର ହୋଇପଡିଛି। ଦୁଇଗୋଷ୍ଠୀ ମହିମା ସନ୍ନ୍ୟାସୀଙ୍କ ମଧ୍ୟରେ ବିବାଦ ସତ୍ତ୍ୱେ ସମସ୍ତଙ୍କ ସହମତିରେ ଚଳିତବର୍ଷ ମାଘମେଳା ଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜିଲାପାଳ, ଏସ୍‌ପି, ଉପଜିଲାପାଳ ପ୍ରମୁଖ ଉପସ୍ଥିତ ରହି ଶୃଙ୍ଖଳିତ ମେଳା ଉପରେ ନଜର ରଖିଛନ୍ତି।
ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି, ମହିମାଗାଦି ଯୋରନ୍ଦା ମାଘ ମେଳାର ପ୍ରସିଦ୍ଧି ରହିଛି। ଏଠାକୁ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ଶ୍ରଦ୍ଧାଳୁ, ସାଧୁ ସନ୍ନ୍ୟାସୀ ଆସିଛନ୍ତି। ଦୁଇ ମହିମା ସନ୍ନ୍ୟାସୀ ଗୋଷ୍ଠୀଙ୍କ ମଧ୍ୟରେ ଥିବା ବିବାଦର ଅନ୍ତହେଉ ବୋଲି ଶୂନ୍ୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛୁ। ଉଭୟେ ଶାନ୍ତିଶୃଙ୍ଖଳା ରକ୍ଷା କରି ମହିମାଧର୍ମ ପୀଠର ଗୌରବକୁ ବଢାନ୍ତୁ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି, ମାଘ ମେଳାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଭିଡ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଛି। ପାର୍କିଂ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଅତ୍ୟଧିକ ବୟସ୍କ ଲୋକଙ୍କୁ ଭିଡ ମଧ୍ୟକୁ ନ ଯିବାକୁ ଅନୁରୋଧ କରାଯାଇଛି ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ମଧ୍ୟ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri