ମାଘମେଳାରେ ଜଳିଲା ଝାଡ଼ଦୀପ

ଢେଙ୍କାନାଳ ଅଫିସ,୫।୨: ଢେଙ୍କାନାଳର ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ଶନିବାର ଠାରୁ ଆରମ୍ଭ ହୋଇଛି ମାଘ ମେଳା। ୨ ବର୍ଷ ପରେ କରୋନା କଟକଣା ହଟିଯାଇଥିବାରୁ ଚଳିତବର୍ଷ ବେଶ୍‌ ଯାକଜମକରେ ମାଘମେଳା ଅନୁଷ୍ଠିତ ହେଉଛି। ସନ୍ଧ୍ୟା ସାଢେ ୫ଟାରେ ଗାଦି ମନ୍ଦିରର ୪ଟି ଦ୍ୱାରରେ ମହିମା ସନ୍ନ୍ୟାସୀମାନଙ୍କ ଦ୍ୱାରା ଝାଡ଼ଦୀପ ପ୍ରଜ୍ୱଳନ କରାଯାଇଥିଲା। ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ଦ୍ୱାରା ଅଲେଖ ମହିମା ଧ୍ୱନିରେ ମହିମାଗାଦି ଯୋରନ୍ଦା ପ୍ରକମ୍ପିତ ହୋଇଉଠିଥିଲା। ମହିମା ସନ୍ନ୍ୟାସୀମାନେ ଘୃତାହୁତି କରି ବିଶ୍ୱ କଲ୍ୟାଣ ପାଇଁ ଶୂନ୍ୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।
ଚଳିତବର୍ଷ ଏହି ମାଘ ମେଳାରେ ପ୍ରାୟ ୫ଲକ୍ଷ ଲୋକଙ୍କ ସମାଗମ ହୋଇଛି। ମଧ୍ୟପ୍ରଦେଶ, ଛତିଶଗଡ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଆସାମ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଆଦି ରାଜ୍ୟ ସମେତ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ମହିମା ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ ମେଳାରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡରୁ ମଧ୍ୟ ବିଦେଶୀ ପର୍ଯ୍ୟଟକ ଏହି ମେଳା ବୁଲିବାକୁ ଆସିଛନ୍ତି। ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଞ୍ଚଳରୁ ୨୫ ମହିମା ଶ୍ରଦ୍ଧାଳୁ ୫ଶହ କିଲୋମିଟର ଚାଲିକରି ଯୋରନ୍ଦାରେ ପହଞ୍ଚିଛନ୍ତି। ମେଳା ଉପଲକ୍ଷେ ମହିମା ସନ୍ନ୍ୟାସୀମାନେ ବ୍ରାହ୍ମ ମୁହୂର୍ତ୍ତରୁ ନୀତିକାନ୍ତି କରିଥିଲେ। ଝାଡ଼ଦୀପଗୁଡିକୁ ପ୍ରସ୍ତୁତ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଗାଦି ମନ୍ଦିର ପରିସରରେ ମହିମା ସନ୍ନ୍ୟାସୀ ମାନଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିଥିଲେ। ମହିମା ଶ୍ରଦ୍ଧାଳୁମାନଙ୍କ ଖଞ୍ଜଣି ଭଜନରେ ମହିମାପୀଠ ଯୋରନ୍ଦା ଉତ୍ସବ ମୁଖର ହୋଇପଡିଛି। ଦୁଇଗୋଷ୍ଠୀ ମହିମା ସନ୍ନ୍ୟାସୀଙ୍କ ମଧ୍ୟରେ ବିବାଦ ସତ୍ତ୍ୱେ ସମସ୍ତଙ୍କ ସହମତିରେ ଚଳିତବର୍ଷ ମାଘମେଳା ଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜିଲାପାଳ, ଏସ୍‌ପି, ଉପଜିଲାପାଳ ପ୍ରମୁଖ ଉପସ୍ଥିତ ରହି ଶୃଙ୍ଖଳିତ ମେଳା ଉପରେ ନଜର ରଖିଛନ୍ତି।
ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି, ମହିମାଗାଦି ଯୋରନ୍ଦା ମାଘ ମେଳାର ପ୍ରସିଦ୍ଧି ରହିଛି। ଏଠାକୁ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ଶ୍ରଦ୍ଧାଳୁ, ସାଧୁ ସନ୍ନ୍ୟାସୀ ଆସିଛନ୍ତି। ଦୁଇ ମହିମା ସନ୍ନ୍ୟାସୀ ଗୋଷ୍ଠୀଙ୍କ ମଧ୍ୟରେ ଥିବା ବିବାଦର ଅନ୍ତହେଉ ବୋଲି ଶୂନ୍ୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛୁ। ଉଭୟେ ଶାନ୍ତିଶୃଙ୍ଖଳା ରକ୍ଷା କରି ମହିମାଧର୍ମ ପୀଠର ଗୌରବକୁ ବଢାନ୍ତୁ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି, ମାଘ ମେଳାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଭିଡ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଛି। ପାର୍କିଂ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଅତ୍ୟଧିକ ବୟସ୍କ ଲୋକଙ୍କୁ ଭିଡ ମଧ୍ୟକୁ ନ ଯିବାକୁ ଅନୁରୋଧ କରାଯାଇଛି ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ମଧ୍ୟ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?