ଭୋର ୪ଟା ୪୧ରେ ବୁଡ଼ ପକାଇବେ ଶ୍ରଦ୍ଧାଳୁ

କୋଣାର୍କ,୧୪।୧(ଡି.ଏନ୍‌.ଏ.): କୋଣାର୍କର ଚନ୍ଦ୍ରଭାଗାରେ ଆସନ୍ତା ୨୮ରେ ମାଘସପ୍ତମୀ ବୁଡ଼ ହେବ। ଏଥି ନିମନ୍ତେ ତ୍ରିଶମ୍ଭୁଙ୍କ ସ୍ନାନ କାର୍ଯ୍ୟ ଓ ପୂଜାର୍ଚ୍ଚନାର ନୀତି ନିର୍ଦ୍ଧାରଣ ଲାଗି ସମ୍ପାଦନ ସବ୍‌ କମିଟି ବୈଠକ କୋଣାର୍କ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାଧିପୁର ଗ୍ରାମର ମହାଦେବ ତ୍ରିବେଣୀଶ୍ବର, ସନ୍ଥପୁରର ମହାଦେବ ଓ କୁରୁଜଙ୍ଗର ଦକ୍ଷିଣେଶ୍ବର ମହାଦେବଙ୍କ ଚନ୍ଦ୍ରଭାଗା ମାଘସପ୍ତମୀ ଅବସରରେ ତୀର୍ଥ ପୁଷ୍କରିଣୀରେ ସ୍ନାନ କାର୍ଯ୍ୟ, ପୂଜାର୍ଚ୍ଚନା ବିଷୟରେ ତିନିଠାକୁରଙ୍କ ସେବାୟତଙ୍କ ସହିତ ଆଲୋଚନା କରାଯାଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ତ୍ରିଶମ୍ଭୁ ନିଜ ନିଜର ପୀଠରେ ଥିବା ବିମାନରେ ଷଷ୍ଠୀ ଦିନ ରାତି ୮ଟା ୧୦ରେ ବିଜେ କରି ଆଲୋକ ବ୍ୟବସ୍ଥା ଓ ସାଂସ୍କୃତିକ ନାଚର ତାଳେ ତାଳେ ନିଜର ପୀଠରୁ ବାହାରି ରାତି ୧୦ଟା ୩୦ରେ କୋଣାର୍କ ଏନ୍‌ଏସି ପୂଜା ମଣ୍ଡପରେ ପହଞ୍ଚତ୍ବେ। ସେଠାରେ ତ୍ରିଶମ୍ଭୁଙ୍କ ନିକଟରେ ଭୋଗ ଲାଗି ନୀତି ନିର୍ଘଣ୍ଟ ହେବ। ପରେ କୋଣାର୍କ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଓ କୋଣାର୍କ ପୂର୍ତ୍ତବିଭାଗ ଡାକବଙ୍ଗଳାରେ ତ୍ରିଶମ୍ଭୁଙ୍କ ପୂଜାର୍ଚ୍ଚନା ଓ ଭୋଗ ଲାଗି ପରେ ରାତ୍ର ୧. ୩୦ମିନିଟ ସମୟରେ ଚନ୍ଦ୍ରଭାଗା ଅଭିମୁଖେ ଯାତ୍ରା ଆରମ୍ଭ କରିବେ ବୋଲି ସ୍ଥିର ହୋଇଛି। ଚନ୍ଦ୍ରଭଗା ତୀର୍ଥ ପୁଷ୍କରିଣୀରୁ ପବିତ୍ର ଜଳ ଆଣି ବାବା ତ୍ରିବେଣୀଶ୍ବର, ଈଶାଣେଶ୍ୱର ଓ ଦକ୍ଷିଣେଶ୍ବର ମହାଦେବଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଭୋର ୪ଟା ୪୧ମିନିଟରେ ଶ୍ରଦ୍ଧାଳୁ ତୀର୍ଥ ପୁଷ୍କରିଣୀରେ ପବିତ୍ର ମାଘସପ୍ତମୀ ବୁଡ଼ ପକାଇବେ ବୋଲି ବୈଠକରେ ସ୍ଥିର କରାଯାଇଛି। ଏହି ପରିପ୍ରେକ୍ଷୀରେ ତୀର୍ଥ ପୁଷ୍କରିଣୀ ଖନନ, ଶ୍ରଦ୍ଧାଳୁଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ, ପାର୍କିଂ ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ସମେତ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କାର୍ଯ୍ୟଗୁଡିକ ବିଷୟରେ ଉପଜିଲାପାଳ ସାହୁ ସମୀକ୍ଷା କରିବା ସହ ତୁରନ୍ତ କାର୍ଯ୍ୟ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଏଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଗୋପ ତହସିଲଦାର ଏସ୍‌.କେ.ସାଗିର, କାକଟପୁର ତହସିଲଦାର ବିରଞ୍ଚତ୍ ନାରାୟଣ ବେହେରା, କୋଣାର୍କ ଏନଏସି ଅଧ୍ୟକ୍ଷା ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ ଏନ୍‌ଏସି ଉପାଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟ, କୋଣାର୍କ ଥାନାଧିକାରୀ ରଞ୍ଜନ ମଲ୍ଲିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri