ଭୋର ୪ଟା ୪୧ରେ ବୁଡ଼ ପକାଇବେ ଶ୍ରଦ୍ଧାଳୁ

କୋଣାର୍କ,୧୪।୧(ଡି.ଏନ୍‌.ଏ.): କୋଣାର୍କର ଚନ୍ଦ୍ରଭାଗାରେ ଆସନ୍ତା ୨୮ରେ ମାଘସପ୍ତମୀ ବୁଡ଼ ହେବ। ଏଥି ନିମନ୍ତେ ତ୍ରିଶମ୍ଭୁଙ୍କ ସ୍ନାନ କାର୍ଯ୍ୟ ଓ ପୂଜାର୍ଚ୍ଚନାର ନୀତି ନିର୍ଦ୍ଧାରଣ ଲାଗି ସମ୍ପାଦନ ସବ୍‌ କମିଟି ବୈଠକ କୋଣାର୍କ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାଧିପୁର ଗ୍ରାମର ମହାଦେବ ତ୍ରିବେଣୀଶ୍ବର, ସନ୍ଥପୁରର ମହାଦେବ ଓ କୁରୁଜଙ୍ଗର ଦକ୍ଷିଣେଶ୍ବର ମହାଦେବଙ୍କ ଚନ୍ଦ୍ରଭାଗା ମାଘସପ୍ତମୀ ଅବସରରେ ତୀର୍ଥ ପୁଷ୍କରିଣୀରେ ସ୍ନାନ କାର୍ଯ୍ୟ, ପୂଜାର୍ଚ୍ଚନା ବିଷୟରେ ତିନିଠାକୁରଙ୍କ ସେବାୟତଙ୍କ ସହିତ ଆଲୋଚନା କରାଯାଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ତ୍ରିଶମ୍ଭୁ ନିଜ ନିଜର ପୀଠରେ ଥିବା ବିମାନରେ ଷଷ୍ଠୀ ଦିନ ରାତି ୮ଟା ୧୦ରେ ବିଜେ କରି ଆଲୋକ ବ୍ୟବସ୍ଥା ଓ ସାଂସ୍କୃତିକ ନାଚର ତାଳେ ତାଳେ ନିଜର ପୀଠରୁ ବାହାରି ରାତି ୧୦ଟା ୩୦ରେ କୋଣାର୍କ ଏନ୍‌ଏସି ପୂଜା ମଣ୍ଡପରେ ପହଞ୍ଚତ୍ବେ। ସେଠାରେ ତ୍ରିଶମ୍ଭୁଙ୍କ ନିକଟରେ ଭୋଗ ଲାଗି ନୀତି ନିର୍ଘଣ୍ଟ ହେବ। ପରେ କୋଣାର୍କ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଓ କୋଣାର୍କ ପୂର୍ତ୍ତବିଭାଗ ଡାକବଙ୍ଗଳାରେ ତ୍ରିଶମ୍ଭୁଙ୍କ ପୂଜାର୍ଚ୍ଚନା ଓ ଭୋଗ ଲାଗି ପରେ ରାତ୍ର ୧. ୩୦ମିନିଟ ସମୟରେ ଚନ୍ଦ୍ରଭାଗା ଅଭିମୁଖେ ଯାତ୍ରା ଆରମ୍ଭ କରିବେ ବୋଲି ସ୍ଥିର ହୋଇଛି। ଚନ୍ଦ୍ରଭଗା ତୀର୍ଥ ପୁଷ୍କରିଣୀରୁ ପବିତ୍ର ଜଳ ଆଣି ବାବା ତ୍ରିବେଣୀଶ୍ବର, ଈଶାଣେଶ୍ୱର ଓ ଦକ୍ଷିଣେଶ୍ବର ମହାଦେବଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଭୋର ୪ଟା ୪୧ମିନିଟରେ ଶ୍ରଦ୍ଧାଳୁ ତୀର୍ଥ ପୁଷ୍କରିଣୀରେ ପବିତ୍ର ମାଘସପ୍ତମୀ ବୁଡ଼ ପକାଇବେ ବୋଲି ବୈଠକରେ ସ୍ଥିର କରାଯାଇଛି। ଏହି ପରିପ୍ରେକ୍ଷୀରେ ତୀର୍ଥ ପୁଷ୍କରିଣୀ ଖନନ, ଶ୍ରଦ୍ଧାଳୁଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ, ପାର୍କିଂ ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ସମେତ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କାର୍ଯ୍ୟଗୁଡିକ ବିଷୟରେ ଉପଜିଲାପାଳ ସାହୁ ସମୀକ୍ଷା କରିବା ସହ ତୁରନ୍ତ କାର୍ଯ୍ୟ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଏଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଗୋପ ତହସିଲଦାର ଏସ୍‌.କେ.ସାଗିର, କାକଟପୁର ତହସିଲଦାର ବିରଞ୍ଚତ୍ ନାରାୟଣ ବେହେରା, କୋଣାର୍କ ଏନଏସି ଅଧ୍ୟକ୍ଷା ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ ଏନ୍‌ଏସି ଉପାଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟ, କୋଣାର୍କ ଥାନାଧିକାରୀ ରଞ୍ଜନ ମଲ୍ଲିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri