ବିଚାର ବିଭାଗୀୟ କର୍ମଚାରୀଙ୍କୁ ଶପଥ ପାଠ କରାଇଲେ ମାଜିଷ୍ଟ୍ରେଟ, ଜାଣନ୍ତୁ କାହିଁକି…

ଦିଗପହଣ୍ଡି, ୩୦।୧୦(ଅଶେଷ ନାଥ ମିଶ୍ର): ଦୁର୍ନୀତି ନିବାରଣ ସପ୍ତାହ ପାଳନ ପରିପ୍ରେକ୍ଷୀରେ ଗୁରୁବାର ଦିଗପହଣ୍ଡିସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ବିଚାର ବିଭାଗୀୟ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଛନ୍ତି। ସିଭିଲ କୋର୍ଟ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ ମାଜିଷ୍ଟ୍ରେଟ ଦୁର୍ନୀତି ନିବାରଣ ଆମର ସାମୂହିକ ଦାୟିତ୍ୱ ବୋଲି ମତବ୍ୟକ୍ତ କରିବା ସହ ଅନଲାଇନ ସେବା ମାଧ୍ୟମରେ ଦୁର୍ନୀତିକୁ ବହୁ ମାତ୍ରାରେ କମାଇ ଦିଆଯାଇ ପାରିବ ବୋଲି ମତ ପ୍ରକାଶ କରିଛନ୍ତି। ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଦିଗପହଣ୍ଡି ଜେଏମଏଫସି କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ, ସରକାରୀ ଓକିଲ ନକୁଳ ପ୍ରଧାନ, ମନୋରଞ୍ଜନ ପଣ୍ଡାଙ୍କ ସମେତ କୋର୍ଟ କର୍ମଚାରୀ ପ୍ରଦୀପ କୁମାର ଶତପଥୀ, ପ୍ରଦୀପ କୁମାର ପୁରୋହିତ, ଅଶ୍ବିନୀ କୁମାର ପଟ୍ଟନାୟକ,ସସ୍ମିତା ମହାରଣା, ଅଞ୍ଜଳି ମହାରଣା, ସଂଗ୍ରାମ କେଶରୀ ପଣ୍ଡା,ପପୁନ ମହାରଣା, ରୁଦ୍ର ପ୍ରସାଦ ତାଣ୍ଡିଆ,ପିଲଚୁ ହେମ୍ବ୍ରମ, ନିରଞ୍ଜନ ଶବର, କେ. ନୋକେୟା ପ୍ରମୁଖ ଉପସ୍ଥିତ ଥିଲେ ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri