ଚୁମ୍ବକମ୍ୟାନ ରାଜେନ୍ଦ୍ର

ସଜନାଗଡ଼, ୧୩।୬ (ଡି.ଏନ.ଏ.)-ତାଙ୍କ ଦେହରୁ ବାହାରୁଛି ଚୁମ୍ବକୀୟ ଶକ୍ତି। ଶରୀରରେ ଷ୍ଟିଲ ଚାମଚ, କଏନ ଯାହା ଲଗାଇଲେ ସେସବୁ ଲାଖି ରହୁଛି। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଲୋକମାନେ ତାଙ୍କୁ ଏବେ ତାଙ୍କୁ ଚୁମ୍ବକମ୍ୟାନ୍‌ ବୋଲି ଡାକିବାକୁ ଆରମ୍ଭ କଲେଣି। ସେ ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜାମୁଡ଼ିହା ପଞ୍ଚାୟତ ଅଧୀନ ମଲ୍ୟାଣି ଗାଁର ରାଜେନ୍ଦ୍ର ମହାପାତ୍ର।
ଉକ୍ତ ଗ୍ରାମରେ କେତେଜଣ କରୋନା ଟିକା ନେବା ପରେ ସେମାନଙ୍କ ଦେହରେ ଚୁମ୍ବକୀୟ ଶକ୍ତି ଜାତ ହେଉଥିବା କୁହାକୁହି ହେଉଥିଲେ। ଏ ବିଷୟ ଶୁଣିବା ପରେ ରାଜେନ୍ଦ୍ରଙ୍କ ମନରେ କୌତୁହଳ ସୃଷ୍ଟି ହେଲା। ସେ ଏପ୍ରିଲ ୨୬ରେ ଟିକା ନେଇଥିବାରୁ ଏକଥାର ସତ୍ୟତା ଜାଣିବା ପାଇଁ ନିଜ ଦେହରେ ଚାମଚ, କଏନ୍‌ ଆଦି ଲଗାଇ ରଖିଥିଲେ। ସେସବୁ ଲାଖି ରହିଥିଲା। ପ୍ରଥମେ ଏକଥା ନିଜେ ମଧ୍ୟ ବିଶ୍ୱାସ କରିପାରି ନ ଥିଲେ। ଭାବୁଥିଲେ ଝାଳ ପାଇଁ ବୋଧହୁଏ ଏଭଳି ହୋଇଥାଇପାରେ। ପରେ ପୁଣି ଥରେ ଦେହସାରା ପୋଛାପୋଛି କରି ଷ୍ଟିଲ୍‌ ଓ ଅନ୍ୟ ଧାତବ ଜିନିଷ ଲଗାଇଲେ ମଧ୍ୟ ତାହା ଶରୀରରେ ଲାଖି ରହିଥିଲା। ଏହି ଘଟଣା ପ୍ରଚାରିତ ହେବା ପରେ ରାଜେନ୍ଦ୍ରଙ୍କ ଘରକୁ ଲୋକଙ୍କ ସୁଅ ଛୁଟିଛି। ସେପେଟ ଟିକା ନେବା ପରେ ଏଭଳି ପାର୍ଶ୍ୱ ପ୍ରତିକ୍ରିୟା ଘଟିଥାଇପାରେ ବୋଲି ଭାବି ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri