ମିଳିଲାନି ମହାପ୍ରୟାଣ ଗାଡି: ମୃତଦେହକୁ ବୋହି ୮କିଲୋମିଟର ଚାଲିଲେ ପରିବାର ଲୋକେ

ଚନ୍ଦାହାଣ୍ଡି,୨୪।୧୦ (ଦିଲୀପ ଦାସ )ଦୀର୍ଘ ୮ କିଲୋମିଟର ମୃତଦେହକୁ କାନ୍ଧରେ ବୋହି ନେଲେ ପରିବାର ଲୋକେ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଳକ ସରଧାପୁର ଗାଁରେ । ମଙ୍ଗଳବାର ସକାଳେ ସରଧାପୁର ଗାଁର ଅର୍ଜୁନ ମାଝୀଙ୍କ ସ୍ତ୍ରୀ ଦେମତି ମାଝୀ ଅସୁସ୍ଥ ହୋଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ୯ଘଣ୍ଟା ସମୟରେ ତାଙ୍କର ମୃତ୍ୟୁ ହେବା ପରେ ପରିବାର ଲୋକେ ମହାପ୍ରୟାଣ ଗାଡିକୁ ଯୋଗାଯୋଗ କରିଥିଲେ। ଦୀର୍ଘ ୩ ଘଣ୍ଟା ପରେ ମଧ୍ୟ କୌଣସି ଗାଡ଼ି ଆସି ନ ଥିବାବେଳେ ଶେଷରେ ବାଧ୍ୟ ହୋଇ ପରିବାର ଲୋକେ ମୃତଦେହକୁ କାନ୍ଧରେ ବୋହି ଦୀର୍ଘ ୮ କିଲୋମିଟର ଦୂର ସରଧାପୁର ଗାଁକୁ ନେଇଥିଲେ।
ଏ ସମ୍ପର୍କ ରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ସନ୍ଦୀପ ଶତପଥୀଙ୍କୁ ପଚାରିବାରୁ ଏଠାରେ ଥିବା ଆମ୍ବୁଲାନ୍ସ ସବୁ ଖରାପ ହୋଇଛି। ମହାପ୍ରୟାଣ ଗାଡି ନାହିଁ, କାହାର ମୃତ୍ୟୁ ହେଲେ ଉମରକୋଟରୁ ଗାଡି ମଗାଯାଏ ବୋଲି ସେ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri