ଭୁବନେଶ୍ୱର,୨୪ା୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଷ୍ଟାର କିରଣରେ ଆସନ୍ତା ରବିବାର ସୁପରହିଟ୍ ଓଡ଼ିଆ ଚଳଚ୍ଚିତ୍ର ‘ମହାବାହୁ’ର ପ୍ରସାରଣ ହେବ। ଉକ୍ତ ଚ୍ୟାନେଲ୍ ପ୍ରତି ସପ୍ତାହ ଶେଷ(ରବିବାର)ରେ ଦର୍ଶକମାନଙ୍କୁ ନୂଆ ଚଳଚ୍ଚିତ୍ର ଭେଟି ଦେଉଛି। ଫଳରେ ସାରା ପରିବାର ରବିବାର ଏକତ୍ରିତ ହୋଇପାରୁଛନ୍ତି। ଉକ୍ତ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଆକାଶଦାସ ନାୟକ ଏବଂ ନାୟିକା ଭୂମିକାରେ ପୁନମ ମିଶ୍ର ଅଭିନୟ କରିଛନ୍ତି। ଏହା ଏକ ପାରିବାରିକ ଏବଂ ମନୋରଞ୍ଜନ ଭିତ୍ତିକ ଚଳଚ୍ଚିତ୍ର। ମହାବାହୁ ଚଳଚ୍ଚିତ୍ର ହେଉଛି ଏକ ପ୍ରତିକୂଳ ପରିସ୍ଥିତିରେ ଅବିଶ୍ୱାସରେ ବିଶ୍ୱାସର ବିରୋଧରେ ଆଭ୍ୟନ୍ତରୀଣ ଯୁଦ୍ଧର କାହାଣୀ। ଉକ୍ତ ଚଳଚ୍ଚିତ୍ରରେ ଶୁଭମ୍ ଚରିତ୍ରରେ ଆକାଶ ସୁନ୍ଦର ଅଭିନୟ ସାଙ୍ଗକୁ ଜଣେ ସଫଳ ଶିଳ୍ପପତିର ଭୂମିକାରେ ଅଭିନୟ କରିଛନ୍ତି। ଏପରିକି ଯେତେବେଳେ ହଠାତ୍ ଶୁଭମ୍ ତାଙ୍କ ମସ୍ତିଷ୍କରେ ହୋଇଥିବା ଏକ ଟ୍ୟୁମର ବିଷୟରେ ଜାଣିବାକୁ ପାଆନ୍ତି ସେତେବେଳେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦେଖି ସେ ପ୍ରଭୁ ଜଗନ୍ନାଥଙ୍କ ଉପରୁ ସମସ୍ତ ବିଶ୍ୱାସ ହରାଇ ବସନ୍ତି। ଏହା ପରେ ଶ୍ରୀଜଗନ୍ନାଥଙ୍କ ଉପରେ ତାଙ୍କର ହଜିଯାଇଥିବା ବିଶ୍ୱାସ କିପରି ପୁନଃ ସ୍ଥାପିତ ହେଉଛି, ତାହା ଉକ୍ତ ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକମାନଙ୍କୁ ସୁନ୍ଦର ଭାବରେ ପରିବେଷଣ କରାଯାଉଛି।
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ
ଭୁବନେଶ୍ୱର, ୩।୪(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…
ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ
କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
Archives

