ଷ୍ଟାର୍‌ କିରଣରେ ପ୍ରସାରଣ ହେବ ମହାବାହୁ ଚଳଚ୍ଚିତ୍ର

ଭୁବନେଶ୍ୱର,୨୪ା୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଷ୍ଟାର କିରଣରେ ଆସନ୍ତା ରବିବାର ସୁପରହିଟ୍‌ ଓଡ଼ିଆ ଚଳଚ୍ଚିତ୍ର ‘ମହାବାହୁ’ର ପ୍ରସାରଣ ହେବ। ଉକ୍ତ ଚ୍ୟାନେଲ୍‌ ପ୍ରତି ସପ୍ତାହ ଶେଷ(ରବିବାର)ରେ ଦର୍ଶକମାନଙ୍କୁ ନୂଆ ଚଳଚ୍ଚିତ୍ର ଭେଟି ଦେଉଛି। ଫଳରେ ସାରା ପରିବାର ରବିବାର ଏକତ୍ରିତ ହୋଇପାରୁଛନ୍ତି। ଉକ୍ତ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଆକାଶଦାସ ନାୟକ ଏବଂ ନାୟିକା ଭୂମିକାରେ ପୁନମ ମିଶ୍ର ଅଭିନୟ କରିଛନ୍ତି। ଏହା ଏକ ପାରିବାରିକ ଏବଂ ମନୋରଞ୍ଜନ ଭିତ୍ତିକ ଚଳଚ୍ଚିତ୍ର। ମହାବାହୁ ଚଳଚ୍ଚିତ୍ର ହେଉଛି ଏକ ପ୍ରତିକୂଳ ପରିସ୍ଥିତିରେ ଅବିଶ୍ୱାସରେ ବିଶ୍ୱାସର ବିରୋଧରେ ଆଭ୍ୟନ୍ତରୀଣ ଯୁଦ୍ଧର କାହାଣୀ। ଉକ୍ତ ଚଳଚ୍ଚିତ୍ରରେ ଶୁଭମ୍‌ ଚରିତ୍ରରେ ଆକାଶ ସୁନ୍ଦର ଅଭିନୟ ସାଙ୍ଗକୁ ଜଣେ ସଫଳ ଶିଳ୍ପପତିର ଭୂମିକାରେ ଅଭିନୟ କରିଛନ୍ତି। ଏପରିକି ଯେତେବେଳେ ହଠାତ୍‌ ଶୁଭମ୍‌ ତାଙ୍କ ମସ୍ତିଷ୍କରେ ହୋଇଥିବା ଏକ ଟ୍ୟୁମର ବିଷୟରେ ଜାଣିବାକୁ ପାଆନ୍ତି ସେତେବେଳେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦେଖି ସେ ପ୍ରଭୁ ଜଗନ୍ନାଥଙ୍କ ଉପରୁ ସମସ୍ତ ବିଶ୍ୱାସ ହରାଇ ବସନ୍ତି। ଏହା ପରେ ଶ୍ରୀଜଗନ୍ନାଥଙ୍କ ଉପରେ ତାଙ୍କର ହଜିଯାଇଥିବା ବିଶ୍ୱାସ କିପରି ପୁନଃ ସ୍ଥାପିତ ହେଉଛି, ତାହା ଉକ୍ତ ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକମାନଙ୍କୁ ସୁନ୍ଦର ଭାବରେ ପରିବେଷଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri