ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି ପୂଜାପଣ୍ଡା ସାମନ୍ତ ତିନି ରଥରେ ଏକକାଳୀନ ଆଜ୍ଞାମାଳ ବିଜେ କରାଇଛନ୍ତି। ଏହାପରେ ରଥଗୁଡ଼ିକୁ ସିଂହଦାର ଅଭିମୁଖେ ଟଣାଯାଉଛି। ନନ୍ଦିଘୋଷ ରଥକୁ ପ୍ରଥମେ ଟଣା ହେବା ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ସିଂହଦାର ସମ୍ମୁଖରେ ରଖାଯିବ।

ସୂଚନାଯୋଗ୍ୟ, ଚଳିତବର୍ଷ ବିନାଭକ୍ତରେ ମହାପ୍ରଭୁ ଘୋଷଯାତ୍ରା କରିବେ। କେବଳ ପ୍ରାଶାସନିକ ଅଧିକାରୀ, ପୋଲିସ ଆଉ ସେବାୟତ ଚଳିତ ରଥଯାତ୍ରାରେ ସାମିଲ ହେବେ। କୋଭିଡ୍‌ କଟକଣାକୁ ଅନୁପାଳନ କରିବାକୁ ସହରକୁ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri