ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି।

ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଶନିବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଥିଲା। ୩ ଜଣ ପୂଜାପଣ୍ଡା ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ଏହାପରେ ଘଣ୍ଟ ଛତା କାହାଳୀ ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳା ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ରଥରେ, ଦ୍ୱିତୀୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ଶେଷରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଏହାପରେ ଭୋଇ ସେବକମାନେ ରଥରେ ଦଉଡି଼ ସଂଯୋଗ କରିଥିଲେ। ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ରଥ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନି ରଥକୁ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ୱାରା ଆବଦ୍ଧ କରାଯାଇଥିଲା। ଅପରପକ୍ଷରେ ତିଥି କ୍ଷୟ ଯାଉଥିବାରୁ ଚଳିତ ବର୍ଷ ରଥଯାତ୍ରା ଦିନ ହିଁ ନବଯୌବନ ଓ ନେତ୍ରୋତ୍ସବ ପଡୁଛି। ତେଣୁ ଭକ୍ତମାନେ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ରବିବାର ରଥ ଉପରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ରଥଟାଣି ନିଜକୁ ଧନ୍ୟ ମନେକରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ...

ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ

ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ...

‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ...

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ...

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ବସ୍‌ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍‌ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର...

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri