ନିର୍ଭୟରେ ବୁଲୁଛି ମହାବଳ ‘ଟି-୧୯’

ବାରିପଦା,୧୦।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ଚଳପ୍ରଚଳ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବନବିଭାଗ ପୋଷ୍ଟ କରିଛି। ପାଟ୍ରୋଲିଂ ସମୟରେ ରେଞ୍ଜର ଶିଶିର ବେହେରା ଏହା ଚିତ୍ର ଉତ୍ତୋଳନ କରିବା ପରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ ଏହାକୁ ସୋସିଆଲ ମିଡିଆ ‘ଏକ୍ସ’ରେ ସେୟାର କରିଛନ୍ତି। ବନ ବିଭାଗ ପକ୍ଷରୁ ଉକ୍ତ ବାଘର ନାମ ‘ଟି-୧୯’ ରଖାଯାଇଛି। ଏନେଇ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ଖୁସି ଦେଖାଦେଇଛି ।
ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ତଥା ଅଭୟାରଣ୍ୟକୁ ସୁରକ୍ଷା ଦେବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ନିୟୋଜିତ କରାଯାଇଛି। ଶିକାରୀ କବ୍ଜାରେ ଥିବା ଅଭୟାରଣ୍ୟରେ ବନ୍ୟଜନ୍ତୁ ବିପଦରେ ଥିବା ବେଳେ ବନବିଭାଗ ଓ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୧୬୫ଟି ଦେଶୀ ବନ୍ଧୁକ, ବନ୍ଧୁକ ତିଆରି କାରଖାନା ଓ ଶିକାର ଉଦ୍ଦେଶ୍ୟରେ ରଖାଯାଇଥିବା ଅସ୍ତ୍ରଶସ୍ତ୍ର ଜବତ ହୋଇଥିଲା। ଫଳରେ ଶିକାରୀଙ୍କ ଅନୁପ୍ରବେଶ ବନ୍ଦ ହୋଇଥିବାରୁ ବନ୍ୟଜନ୍ତୁମାନେ ନିର୍ଦ୍ୱନ୍ଦ୍ୱରେ ଚଳପ୍ରଚଳ କରିବା ଆରମ୍ଭ କରିଛନ୍ତି। ଭିଡିଓରେ ମହାବଳ ବାଘଟି ଘଞ୍ଚ ଜଙ୍ଗଲ ମଧ୍ୟରେ ପାଟି ମେଲା କରି ନିଜ ଦେହକୁ ଚାଟୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ୨ବର୍ଷ ତଳେ ବାଘୁଣୀଠାରୁ ଜନ୍ମ ହୋଇଥିବା ୪ଶାବକଙ୍କ ମଧ୍ୟରୁ ଏହା ଗୋଟିଏ ବୋଲି ବନବିଭାଗ କହିଛି। ଅନ୍ୟପକ୍ଷରେ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲ ମଧ୍ୟରେ ତୃଣଭୋଜି ପ୍ରାଣୀଙ୍କ ସଂଖ୍ୟା ବୃଦ୍ଧି ପାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶ ଚାନ୍ଦ ଗୋଗିନେନି କହିଛନ୍ତି। ତୃଣଭୋଜିଙ୍କ ସଂଖ୍ୟା ବୃଦ୍ଧି ପାଇଲେ ବାଘଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ପ୍ରାଣୀପ୍ରେମୀମାନେ ମତପ୍ରକାଶ କରିଛନ୍ତି। ତେବେ ଜାତୀୟ ବ୍ୟାଘ୍ର ଗଣନା ରିପୋର୍ଟ ଅନୁଯାୟୀ ଶିମିଳିପାଳରେ ୨୦ଟି ମହାବଳ ବାଘ ରହିଛନ୍ତି। ଖାଦ୍ୟ ଶୃଙ୍ଖଳ ଠିକ୍‌ ରହିଲେ ବନ୍ୟପ୍ରାଣୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଅସୁବିଧା ପରିଲକ୍ଷିତ ହେବ ନାହିଁ । ଆଗକୁ ଏମାନଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ସେହିପରି ହାତୀମାନଙ୍କ ପାଇଁ ଖାଦ୍ୟର ବ୍ୟବସ୍ଥା କରାଗଲେ ସେମାନେ ଜଙ୍ଗଲ ଛାଡ଼ି ଗାଁ କିମ୍ବା ସହର ମୁହାଁ ହେବେ ନାହିଁ ବୋଲି ମତପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri