ମହାଭାରତର ଭୀମ ପ୍ରବିଣ କୁମାରଙ୍କ ପରଲୋକ

ମୁମ୍ବାଇ: ବି ଆର୍ ଚୋପ୍ରାଙ୍କ ମହାଭାରତର ଭୀମ ଚରିତ୍ରରେ ଅଭିନୟ କରୁଥିବା କଳାକାର ପ୍ରବିଣ କୁମାର ସୋବତିଙ୍କର ପରଲୋକ ହୋଇଛି । ସୋମବାର ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବେଶ କିଛିଦିନ ହେବ ସେ ଅସୁସ୍ଥ ରହିବା ସହ ଆର୍ଥିକ ସମସ୍ୟା ଦେଇ ଗତି କରୁଥିଲେ । କେବଳ ଅଭିନୟ ନୁହେଁ ଖେଳ ଜଗତରେ ବି ସେ ଭଲ ପ୍ରଦର୍ଶନ କରିଛନ୍ତି । ପଞ୍ଜାବରେ ଜନ୍ମିତ ପ୍ରବିଣ କୁମାର ବଲିଉଡର କିଛି ମୁଭିରେ ବି ଅଭିନୟ କରିଛନ୍ତି । ଖେଳ ହେଉ ଅବା ଅଭିନୟ ସବୁଥିରେ ସେ ୧୦୦ ପ୍ରତିଶତ ଦେବାକୁ ଚେଷ୍ଟା କରିଥାଆନ୍ତି । ସେଥିପାଇଁ ମନୋରଞ୍ଜନ ଦୁନିଆରେ ରହିଛି ତାଙ୍କର ଏକ ଭିନ୍ନ ପରିଚୟ । ଅଭିନୟ ପୂର୍ବରୁ ପ୍ରବିଣ କୁମାର ଆଥଲେଟ ଥିଲେ । ସେ ଏସିଆନ ଓ କମନୱେଲ୍‌ଥ ଗେମ୍ସରେ ମେଡାଲ ଜିତି ଦେଶକୁ ଗୌରବ ଆଣି ଦେଇଛନ୍ତି । ଖେଳ ଦୁନିଆରେ ନାଁ କରିବା ପରେ ତାଙ୍କୁ ବିଏସଏଫରେ ଯୋଗ ଦେବାର ଅବସର ମିଳିଥିଲା । ହେଲେ ସେ ଅଭିନୟ ଆଡକୁ ମୁହାଁଇ ଆଉ ପଛକୁ ଫେରି ନ ଥିଲେ । ଫିଠିରେ ଯନ୍ତ୍ରଣା କାରଣରୁ ସେ ଖେଳକୁ ଅଲବିଦା କହି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?