Posted inଜାତୀୟ

ମହାଦୟୀ ନଦୀ ଜଳ ବିବାଦ: କର୍ନାଟକ ବିରୋଧରେ ଅଭିଯୋଗ ଆଣିଲା ଗୋଆ…

ପଣଜୀ,୧୧।୨ : ଗୋଆର ବିଭିନ୍ନ ସଂଗଠନ ପଡୋଶୀ କର୍ନାଟକ ଦ୍ୱାରା ମହାଦୟୀ ନଦୀ ଜଳ ବିବାଦ ନେଇ କର୍ନାଟକ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମହାଦୟୀ ବଚାଓ ଗୋଆ ମୋର୍ଚ୍ଚାରେ ସାମିଲ ହୋଇଥିବା ଏନଜିଓମାନେ ରବିବାର ସା ୭ଟା ୩୦ରେ ଦୀପ ପ୍ରଜ୍ୱଳନ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ଏହି ପ୍ରସଙ୍ଗରେ ଉପକୂଳବର୍ତ୍ତୀ ରାଜ୍ୟରେ ରାସ୍ତାଘାଟ ସମେତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ସମାଜସେବୀ ପ୍ରଜଲ ସାଖରଦଣ୍ଡେ କହିଛନ୍ତି।

ନଦୀର ଜଳ ବାଣ୍ଟିବା ନେଇ କର୍ନାଟକ ଏବଂ ଗୋଆ ବହୁ ବର୍ଷ ଧରି ବିବାଦ ଘେରରେ ରହିଆସିଛନ୍ତି। ଚୁକ୍ତିନାମାକୁ ଅଣଦେଖା କରି କର୍ନାଟକକୁ ଏହି ପ୍ରସଙ୍ଗରେ ଏକପାଖିଆ କାର୍ଯ୍ୟ କରୁଥିବା ଗୋଆ ଅଭିଯୋଗ କରିଛି। ସାମାଜିକ କାର୍ଯ୍ୟକର୍ତ୍ତା ହ୍ରଦନାଥ ଶିରୋଦକର କହିଛନ୍ତି ଯେ ସମସ୍ତ ୪୦ ଜଣ ବିଧାୟକ ମଧ୍ୟ ଦୀପ ଜାଳି ଏହି ପ୍ରତିବାଦରେ ଅଂଶଗ୍ରହଣ କରିବା ଉଚିଦ। ସେ ଦାବି କରିଛନ୍ତି ଯେ ରାଜ୍ୟ ଜଳ ସମ୍ପଦ ବିଭାଗ ମନ୍ତ୍ରୀ ସୁଭାଷ ଶିରୋଦକର ଦୀପ ଜାଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

ପରିବେଶ କାର୍ଯ୍ୟକର୍ତ୍ତା ଅଭିଜିତ ପ୍ରଭାସାଇ ଅଭିଯୋଗ କରିଛନ୍ତି ଯେ ମହାଦେୟୀ ନଦୀ ଜଳ କୋଇଲା ଏବଂ ବିଦ୍ୟୁତ ଉତ୍ପାଦନ ପାଇଁ ବ୍ୟବହୃତ ହେଉଛି । କର୍ନାଟକ ସରକାର ସମଗ୍ର ବେଲାରୀ ବେଲ୍ଟକୁ ବିଦ୍ୟୁତ ଏବଂ ଇସ୍ପାତ କାରଖାନା କରିଡରରେ ପରିଣତ କରିବାକୁ ଚାହୁଁଛନ୍ତି। ନଦୀର ଅଧିକ ଜଳ କର୍ନାଟକ ସରକାର ବ୍ୟବହାର କରିବା ପାଇଁ ଜଳ ସ୍ରୋତକୁ ରାଜ୍ୟ ଆଡକୁ ବୁଲାଇ ନେଇଥିବା ଗୋଆ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri