ଆଜି ଉଠିବ ମହାଦୀପ

ଆରଡ଼ି, ୨୪।୧୦ (ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଦୀପାବଳିରେ ମହାଦୀପ ଉଠିବା ପରମ୍ପରା ରହିଛି। ଚଳିତବର୍ଷ ସୋମବାର ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ। ଆସନ୍ତା ୨୫ ତାରିଖ ମଙ୍ଗଳବାର ସୂର୍ଯ୍ୟୋପରାଗ ଯୋଗୁ ମନ୍ଦିର ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ସୋମବାର ଭୋର ୪ଟା ୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ସମସ୍ତ ବିଧି ମୁତାବକ ପୂଜାର୍ଚ୍ଚନା କରାଯିବ। ଅପରାହ୍ନ ୪ଟା ୩୦ରେ ବାବା ଆଖଣ୍ଡଳମଣିଙ୍କୁ ବଡ଼ସିଂହାର ବେଶରେ ସଜ୍ଜିତ କରାଯିବ ଏବଂ ସାରେ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଦୀପଦାନ ପରେ ମହାଦୀପ ଉଠିବା ପ୍ରକ୍ରିୟା ଆରମ୍ଭ ହେବ। ରାତି ୮ଟାରେ ମଣିବାବାଙ୍କ ଗୁପ୍ତ ଷୋଡ଼ଶ ଉପଚାର ପୂଜା ପରେ ମହାଦୀପରେ ଅଗ୍ନି ସଂଯୋଗ କରାଯିବ। ରାତି ୯ଟା ପୂର୍ବରୁ ମନ୍ଦିରକୁ ମହାଦୀପ ଉଠାଯାଇ ଚୂଡ଼ାରେ ଅଧିଷ୍ଠାନ କରାଯିବ।
ସୂର୍ଯ୍ୟୋପରାଗ ଯୋଗୁ ମନ୍ଦିର ବନ୍ଦ ରହିବ। ଏଥିନିମନ୍ତେ ଚୂଡ଼ାନ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି। ସୋମବାର ରାତି ୩ଟାରୁ ମନ୍ଦିର ଖୋଲାଯିବା ପରେ ମଙ୍ଗଳ ଆଳତି, ମହାସ୍ନାନ ଓ ଜଳାଭିଷେକ ନୀତି ସମାପନ କରାଯିବ। ପରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇ ପହିଲି ବାଲ୍ୟଭୋଗ ଓ ଖେଚୁଡ଼ି ଅନ୍ନ ନୀତି ସମାପିତ ହେବ। ଭୋର ୪ଟା ୩୦ ପୂର୍ବରୁ ପହଡ଼ ପଡ଼ିବ। ମଙ୍ଗଳବାର ଦିନତମାମ ମନ୍ଦିର ବନ୍ଦ ରହୁଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସୂର୍ଯ୍ୟୋଦୟ ପରେ ମନ୍ଦିର ଖୋଲାଯାଇ ସମସ୍ତ ପୂଜାର୍ଚ୍ଚନା କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri