ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୮ା୨(ଡି.ଏନ୍‌.ଏ.): ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି। ଏହି ପରିପ୍ରେକ୍ଷୀରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଆଡ଼ମ୍ବରରେ ପାଳନ ହେବ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ମନ୍ଦିର ଟ୍ରଷ୍ଟବୋର୍ଡର ସଭାପତି କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଭିନ୍ନ ବିଭାଗକୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିରୀକୃତ ନୀତିନିର୍ଘଣ୍ଟ ଅନୁଯାୟୀ ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତି, ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ପରେ ଅନ୍ୟାନ୍ୟ ନୀତି ହୋଇ ରାତି ୧୦ଟାରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠାଯିବା ନେଇ ସ୍ଥିର ହୋଇଛି। ଶିବରାତ୍ରିରେ ମନ୍ଦିର ଭିତରକୁ ମୋବାଇଲ, କ୍ୟାମେରା ନେବା ଉପରେ କଟକଣା କରାଯାଇଛି। ଏନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ଘୋଷଣା କରାଯିବ। ଏଥିସହ ଅସ୍ଥାୟୀ ଚପଲ ଷ୍ଟାଣ୍ଡ ସଂଖ୍ୟା ବୃଦ୍ଧି କରାଯିବ। ବୈଠକରେ ପୂଜାପଣ୍ଡା, ବ୍ରାହ୍ମଣ ନିଯୋଗ ପରି ଅନ୍ୟ କେତେକ ପ୍ରମୁଖ ସେବାୟତ ଅନୁପସ୍ଥିତ ଥିଲେ। ନୂତନ ଭାବେ ନିର୍ବାଚିତ କର୍ପୋରେଟର ନିଜ ଅଞ୍ଚଳର କର୍ମକର୍ତ୍ତାଙ୍କୁ ଦୃଷ୍ଟିରେ ରଖି ପାସ୍‌ ସଂଖ୍ୟା ବଢ଼ାଇବାକୁ ଦାବି କରିଥିଲେ। ଏହି ପ୍ରସ୍ତାବକୁ ଅନ୍ୟ ଏକ ଅନ୍ତରୀଣ ବୈଠକରେ ସ୍ଥିର କରାଯିବାକୁ କୁହାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଏମ୍‌ସି ମେୟର ସୁଲୋଚନା ଦାସ, ମନ୍ଦିର ପ୍ରଶାସନ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର, ଜୋନ-୨ ଏସିପି ଅନିରୁଦ୍ଧ ରାଉତରାୟ, ଲିଙ୍ଗରାଜ ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ବିଏମ୍‌ସି ଜୋନାଲ ଡେପୁଟି କମିଶନର ପ୍ରିୟବ୍ରତ ପାଢ଼ୀ, ଉପଜିଲାପାଳ ଦେବବ୍ରତ ସାହୁ, କର୍ପୋରେଟର ଚନ୍ଦ୍ରଶେଖର ମଲ୍ଲିଆ, ଶିବ ପ୍ରସାଦ ବେହେରା, ବିରଞ୍ଚତ୍ ନାରାୟଣ ମହାସୁପକାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri