ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୮ା୨(ଡି.ଏନ୍‌.ଏ.): ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି। ଏହି ପରିପ୍ରେକ୍ଷୀରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଆଡ଼ମ୍ବରରେ ପାଳନ ହେବ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ମନ୍ଦିର ଟ୍ରଷ୍ଟବୋର୍ଡର ସଭାପତି କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଭିନ୍ନ ବିଭାଗକୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିରୀକୃତ ନୀତିନିର୍ଘଣ୍ଟ ଅନୁଯାୟୀ ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତି, ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ପରେ ଅନ୍ୟାନ୍ୟ ନୀତି ହୋଇ ରାତି ୧୦ଟାରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠାଯିବା ନେଇ ସ୍ଥିର ହୋଇଛି। ଶିବରାତ୍ରିରେ ମନ୍ଦିର ଭିତରକୁ ମୋବାଇଲ, କ୍ୟାମେରା ନେବା ଉପରେ କଟକଣା କରାଯାଇଛି। ଏନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ଘୋଷଣା କରାଯିବ। ଏଥିସହ ଅସ୍ଥାୟୀ ଚପଲ ଷ୍ଟାଣ୍ଡ ସଂଖ୍ୟା ବୃଦ୍ଧି କରାଯିବ। ବୈଠକରେ ପୂଜାପଣ୍ଡା, ବ୍ରାହ୍ମଣ ନିଯୋଗ ପରି ଅନ୍ୟ କେତେକ ପ୍ରମୁଖ ସେବାୟତ ଅନୁପସ୍ଥିତ ଥିଲେ। ନୂତନ ଭାବେ ନିର୍ବାଚିତ କର୍ପୋରେଟର ନିଜ ଅଞ୍ଚଳର କର୍ମକର୍ତ୍ତାଙ୍କୁ ଦୃଷ୍ଟିରେ ରଖି ପାସ୍‌ ସଂଖ୍ୟା ବଢ଼ାଇବାକୁ ଦାବି କରିଥିଲେ। ଏହି ପ୍ରସ୍ତାବକୁ ଅନ୍ୟ ଏକ ଅନ୍ତରୀଣ ବୈଠକରେ ସ୍ଥିର କରାଯିବାକୁ କୁହାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଏମ୍‌ସି ମେୟର ସୁଲୋଚନା ଦାସ, ମନ୍ଦିର ପ୍ରଶାସନ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର, ଜୋନ-୨ ଏସିପି ଅନିରୁଦ୍ଧ ରାଉତରାୟ, ଲିଙ୍ଗରାଜ ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ବିଏମ୍‌ସି ଜୋନାଲ ଡେପୁଟି କମିଶନର ପ୍ରିୟବ୍ରତ ପାଢ଼ୀ, ଉପଜିଲାପାଳ ଦେବବ୍ରତ ସାହୁ, କର୍ପୋରେଟର ଚନ୍ଦ୍ରଶେଖର ମଲ୍ଲିଆ, ଶିବ ପ୍ରସାଦ ବେହେରା, ବିରଞ୍ଚତ୍ ନାରାୟଣ ମହାସୁପକାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri