ରାତି ୧୧ଟାରେ ଉଠିବ ମହାଦୀପ

ଖୋର୍ଦ୍ଧା ଅଫିସ,୧୭ା୨: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏନେଇ ଖୋର୍ଦ୍ଧାର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଗୁରୁଜଙ୍ଗ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି। କରୋନା କଟକଣା ହଟିବା ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାସମାରୋହରେ ମହାଶିବରାତ୍ରି ପାଳନ ହେବ। ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଭୋର ୩ଟାରୁ ଦ୍ବାରଫିଟା ନୀତି ପରେ ଠାକୁରଙ୍କ ଅନ୍ୟାନ୍ୟ ନୀତି କରାଯାଇ ମଙ୍ଗଳ ଆଳତି ପରେ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହେବ। ମଧ୍ୟାହ୍ନରେ ଭୋଗଲାଗି ପରେ ସ୍ବଳ୍ପ ସମୟ ପାଇଁ ଠାକୁର ପହୁଡ ହୋଇ ପୁଣି ଦର୍ଶନ ଆରମ୍ଭ ହୋଇ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ଚାଲିବ। ପରେ ମହାଦୀପ ଏବଂ ହରିହର ଭେଟ ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ରାତି ୧୧ଟାରେ ମହାଦୀପ ଉଠିବ। ଏଥି ନିମନ୍ତେ ମନ୍ଦିରର ସମସ୍ତ ସେବାୟତଙ୍କ ସହଯୋଗ କାମନା କରାଯାଇଛି। ସମସ୍ତ ଶ୍ରଦ୍ଧାଳୁ ଶାନ୍ତିଶୃଙ୍ଖଳାରେ ଧବଳେଶ୍ୱରଙ୍କ ପୂଜା ଏବଂ ଦର୍ଶନ କମରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ମନ୍ଦିର ବେଢ଼ା ଏବଂ ବାହାର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ଜାଗର ଦୀପ ଜାଳିବା ପାଇଁ ବ୍ୟବସ୍ଥା କରାଯାଇଛି। ପୌର ପରିଷଦ ସ୍ବଚ୍ଛତା, ପାନୀୟଜଳ ଏବଂ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବେ। ଶାନ୍ତିଶୃଙ୍ଖଳା ଓ ଭିଡ଼ ନିୟନ୍ତ୍ରଣ ଲାଗି ପୋଲିସ ମୁତୟନ ରହିବେ। ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ମହାଶିବରାତ୍ରିରେ ଶ୍ରଦ୍ଧାଳୁମାନେ ଧବଳେଶ୍ୱରଙ୍କ ଦର୍ଶନ କରିବା ସହ ମହାଦୀପ ଉଠିବା ପର୍ଯ୍ୟନ୍ତ ଉପସ୍ଥିତ ରହି ସହଯୋଗ କରିବାକୁ ଟ୍ରଷ୍ଟି ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?