ରାତି ୧୧ଟାରେ ଉଠିବ ମହାଦୀପ

ଖୋର୍ଦ୍ଧା ଅଫିସ,୧୭ା୨: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏନେଇ ଖୋର୍ଦ୍ଧାର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଗୁରୁଜଙ୍ଗ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି। କରୋନା କଟକଣା ହଟିବା ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାସମାରୋହରେ ମହାଶିବରାତ୍ରି ପାଳନ ହେବ। ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଭୋର ୩ଟାରୁ ଦ୍ବାରଫିଟା ନୀତି ପରେ ଠାକୁରଙ୍କ ଅନ୍ୟାନ୍ୟ ନୀତି କରାଯାଇ ମଙ୍ଗଳ ଆଳତି ପରେ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହେବ। ମଧ୍ୟାହ୍ନରେ ଭୋଗଲାଗି ପରେ ସ୍ବଳ୍ପ ସମୟ ପାଇଁ ଠାକୁର ପହୁଡ ହୋଇ ପୁଣି ଦର୍ଶନ ଆରମ୍ଭ ହୋଇ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ଚାଲିବ। ପରେ ମହାଦୀପ ଏବଂ ହରିହର ଭେଟ ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ରାତି ୧୧ଟାରେ ମହାଦୀପ ଉଠିବ। ଏଥି ନିମନ୍ତେ ମନ୍ଦିରର ସମସ୍ତ ସେବାୟତଙ୍କ ସହଯୋଗ କାମନା କରାଯାଇଛି। ସମସ୍ତ ଶ୍ରଦ୍ଧାଳୁ ଶାନ୍ତିଶୃଙ୍ଖଳାରେ ଧବଳେଶ୍ୱରଙ୍କ ପୂଜା ଏବଂ ଦର୍ଶନ କମରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ମନ୍ଦିର ବେଢ଼ା ଏବଂ ବାହାର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ଜାଗର ଦୀପ ଜାଳିବା ପାଇଁ ବ୍ୟବସ୍ଥା କରାଯାଇଛି। ପୌର ପରିଷଦ ସ୍ବଚ୍ଛତା, ପାନୀୟଜଳ ଏବଂ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବେ। ଶାନ୍ତିଶୃଙ୍ଖଳା ଓ ଭିଡ଼ ନିୟନ୍ତ୍ରଣ ଲାଗି ପୋଲିସ ମୁତୟନ ରହିବେ। ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ମହାଶିବରାତ୍ରିରେ ଶ୍ରଦ୍ଧାଳୁମାନେ ଧବଳେଶ୍ୱରଙ୍କ ଦର୍ଶନ କରିବା ସହ ମହାଦୀପ ଉଠିବା ପର୍ଯ୍ୟନ୍ତ ଉପସ୍ଥିତ ରହି ସହଯୋଗ କରିବାକୁ ଟ୍ରଷ୍ଟି ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri