ରାତି ୨ଟାରେ ଉଠିବ ମହାଦୀପ

ଆଠଗଡ, ୪ା୨(ସ୍ବ.ପ୍ର) : ଆଠଗଡ଼ ବ୍ଲକ ଅନ୍ତର୍ଗତ ମଞ୍ଚେଶ୍ୱର ଗ୍ରାମ ମହାନଦୀ ଗର୍ଭସ୍ଥ ପ୍ରସିଦ୍ଧ ଶୈବପୀଠ ଶ୍ରୀଧବଳେଶ୍ୱରଙ୍କ ଜାଗରଯାତ୍ରା ପାଇଁ ପ୍ରଶାସନ ତରଫରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାଗରଯାତ୍ରା ସୁପରିଚାଳନା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୮ ତାରିଖ ଶନିବାର ରାତି ୨ଟାରେ ଶ୍ରୀଜୀଉଙ୍କ ମହାଦୀପ ଉଠିବ ବୋଲି ପୂଜକ ସମାଜ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିବା ଅସ୍ଥାୟୀ ରାସ୍ତାରେ ଭକ୍ତମାନେ ଯିବାଆସିବା କରିବେ। ଅସ୍ଥାୟୀ ରାସ୍ତାରେ ଆବଶକୀୟ ମରାମତି, ବ୍ୟାରିକେଡ଼ ନିର୍ମାଣ, ଆଲୋକୀକରଣ, ସିସି କ୍ୟାମେରା ଲାଗିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅସ୍ଥାୟୀ ରାସ୍ତା ଦେଇ ଯାନବାହାନ ଚଳାଚଳ ନିଷେଧ କରାଯାଇଛି। ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସତନ୍ତ୍ର ବ୍ୟବସ୍ଥା କରାଯିବ। ଜିଲା ଆରକ୍ଷୀ ଅଧିକ୍ଷକଙ୍କ ନେତୃତ୍ୱରେ ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୭ଜଣ ଡିଏସ୍‌ପିଙ୍କ ସମେତ ୧୦୦ଜଣ ପୋଲିସ ଅଫିସର ଓ ୧୫ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଉକ୍ତ ବୈଠକରେ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ, ତହସିଲଦାର ପ୍ରିୟବ୍ରତ ଦାସ, ବିଡିଓ ପ୍ରଦୀପ କୁମାର ସାହୁ, ଆଠଗଡ ଏନଏସି ନିର୍ବାହୀ ଅଧିକାରୀ ଆକୃତି ଗୋଏଙ୍କା, କଟକ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ଅଧିକାରୀ ରଞ୍ଜିତ କୁମାର ପୃଷ୍ଟି, ଚୌଦ୍ୱାର ଆରକ୍ଷୀ ଉପାଧ୍ୟକ୍ଷ ସତ୍ୟବ୍ରତ ଲେଙ୍କା, ଗୁରୁଡିଝାଟିଆ ଥାନା ଅଧିକାରୀ ରଞ୍ଜନ କୁମାର ପ୍ରଧାନ, ଜିଲା ପରିଷଦ ସଦସ୍ୟ ବଳଭଦ୍ର ବାଘ, ସ୍ଥାନୀୟ ସରପଞ୍ଚ ପ୍ରିୟବ୍ରତ ସାହୁ, ପୂଜକସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ, ସମ୍ପାଦକ ନରେନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ସହକାରୀ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଲେଖ ଚନ୍ଦ୍ର ଦାସ ପରିଚାଳନା କରିଥିଲେ। ଆଠଗଡ଼ ଦେବୋତ୍ତର ବିଭାଗ ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri