ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର ପଞ୍ଚମହାଦେବ ଅର୍ଥାତ ଶ୍ରୀଲୋକନାଥ, ଯମେଶ୍ୱର, ମାର୍କଣ୍ଡେଶ୍ୱର, କପାଳମୋଚନ, ନୀଳକଣ୍ଠେଶ୍ୱରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। ଶ୍ରୀଲୋକନାଥଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ପ୍ରଶାସନଠାରୁ ଆରମ୍ଭ କରି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଦ୍ୱାରଫିଟାଠାରୁ ଆରମ୍ଭକରି ମହାଦୀପ ଉଠିବା ପର୍ଯ୍ୟନ୍ତ ସବୁ ନୀତି କିପରି ସୁଚାରୁ ରୂପେ ସମ୍ପନ୍ନ ହେବ ତାହା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଶ୍ରୀଲୋକନାଥ ମନ୍ଦିରକୁ ବିଭିନ୍ନ ଫୁଲ ଏବଂ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା ହୋଇଛି। ସେହିପରି ଚଳିତ ବର୍ଷ ଟିକେଟ୍‌ ଦର୍ଶନର ବ୍ୟବସ୍ଥା କରାଯାଇଛି। ଶ୍ରୀଲୋକନାଥ ପୀଠରେ ଶୃଙ୍ଖଳିତ ଜାଗର ଯାତ୍ରା ପାଇଁ ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ନୀତି ନିର୍ଘଣ୍ଟ କରାଯାଇଛି। ଶୁକ୍ରବାର ରାତି ସାଢେ ୧୨ଟାରେ ଦ୍ୱାର ଫିଟିବ। ରାତି ୧ଟାରୁ ୪ଟା ମଧ୍ୟରେ ମଙ୍ଗଳ ଆଳତି, ଅବକାଶ ଓ ସୂର୍ଯ୍ୟପୂଜା ଇତ୍ୟାଦି ନୀତି ସରିବ। ଭୋର ୪ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇ ଶନିବାର ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ରାତି ୧୦ରୁ ୨ଟା ମଧ୍ୟରେ ଅନ୍ୟାନ୍ୟ ନୀତି ହେବ। ରାତ୍ର ୨ରୁ ୩ଟା ମଧ୍ୟରେ ହରିହର ପୂଜା ଭୋଗ, ଚତୁର୍ଦ୍ଦଶୀ ଭୋଗ, ବଡ଼ସିଂହାର ବେଶ ସରି ଶନିବାର ରାତି ୩ଟାରେ ମହାଦୀପ ଉଠିବା ଲାଗି ସ୍ଥିର ହୋଇଛି। ଅପରପକ୍ଷେ ଶ୍ରୀଲୋକନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀମନ୍ଦିରରୁ ବାହାରି ସହରର ବିଭିନ୍ନ ସ୍ଥାନରେ ପନ୍ତିଭୋଗ ସମ୍ପାଦନ କରି ଶନିବାର ରାତି ସାଢ଼େ ୧୧ଟାରେ ଶ୍ରୀଲୋକନାଥ ମନ୍ଦିରରେ ପହଞ୍ଚତ୍ବା ଲାଗି ସମୟ ନିର୍ଘଣ୍ଟ ସ୍ଥିର କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଲୁଟେରାଙ୍କ ଉପରେ ପୋଲିସ ସ୍ବତନ୍ତ୍ର ନଜର ରଖିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri