ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ ସମନ୍ୱୟ ଯୋଗୁଁ ନିର୍ଦ୍ଧାରିତ ସମୟ ପୂର୍ବରୁ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିଛି।
ପୂର୍ବରୁ ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ସେବାୟତମାନେ ନୀତିକାନ୍ତି ଶୃଙ୍ଖଳିତ ଭାବେ ଶେଷ କରିଥିବାରୁ ଏହା ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି।
ମହାଦୀପ ଉଠିବା ପରେ ହଜାର ହଜାର ଶ୍ରଦ୍ଧାଳୁ “ହର ହର ମହାଦେବ” ଧ୍ୱନିରେ ଏକାମ୍ର କ୍ଷେତ୍ରକୁ ପ୍ରକମ୍ପିତ କରିଥିଲେ। ଦୀର୍ଘ ସମୟ ଧରି ଉପବାସ ରଖିଥିବା ଶ୍ରଦ୍ଧାଳୁମାନେ ମହାଦୀପ ଦର୍ଶନ ପରେ ନିଜର ବ୍ରତ ଭଙ୍ଗ କରିଛନ୍ତି।