୪ଟା ୨୦ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ, ୩୦ା୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଜାଗରଯାତ୍ରା ଏବଂ ଯୋରନ୍ଦା ମାଘମେଳା ବିନା ଶ୍ରଦ୍ଧାଳୁରେ ହେବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ପୂର୍ବକ ସୁରୁଖୁରୁରେ ଉଭୟ କାର୍ଯ୍ୟକ୍ରମ କିପରି ଆୟୋଜନ କରାଯିବ ସେ ନେଇ ବିସ୍ତୃତ ଆଲୋଚନା କରିଥିଲେ।
ମାର୍ଚ୍ଚ ୧ ମଙ୍ଗଳବାର ଦିନ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠରେ ସମସ୍ତ ନୀତିକାନ୍ତି ଅନୁଯାୟୀ ଜାଗରଯାତ୍ରା ପାଳନ କରାଯିବ। ରାଜ ପୁରୋଧାଙ୍କ ନିର୍ଦ୍ଧାରିତ ନିର୍ଘଣ୍ଟ ଅନୁଯାୟୀ ରାତି ୩ଟା ୫୫ରୁ ବେଢା ପୂଜା, ବେଢ଼ା ପରିକ୍ରମା ପରେ ୪ଟା ୨୦ ସୁଦ୍ଧା ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ। ଯାତ୍ରା ପାଇ ବାରବାଙ୍କ ରାସ୍ତା, ମନ୍ଦିର ବେଢା, ପୀଠ ସଂଲଗ୍ନ ବଡ଼ଦାଣ୍ଡ ସମେତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଆଲୋକୀକରଣ କରାଯିବ। ଯାତାୟାତ, ଜଳଯୋଗାଣ, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଅସ୍ଥାୟୀ ଦୋକାନ ପାଇଁ ସ୍ଥାନ ନିରୂପଣ, ଆଶୁ ଚିକିତ୍ସା ଏବଂ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯିବ। ପଲିଥିନ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଠାକୁରଙ୍କ ସେବାରେ ନିୟୋଜିତ ସେବାୟତଙ୍କ କୋଭିଡ୍‌ ପରୀକ୍ଷା ସାଙ୍ଗକୁ ଆବଶ୍ୟକ ସ୍ଥଳେ ଟିକାଦାନ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ମହିମା ସାଧୁ ଶ୍ରୀମଦ୍‌ ରଘୁନାଥ ବାବା, ନିତ୍ୟାନନ୍ଦ ବାବା, ଶୁକଦେବ ବାବା ପ୍ରମୁଖ ଉପସ୍ଥିତ ଥିଲେ।

୧୫ରେ ଯୋରନ୍ଦା ମାଘମେଳା
ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦାରେ ଫେବୃୟାରୀ ୧୫ରେ ପ୍ରସିଦ୍ଧ ମାଘମେଳା ପାରମ୍ପରିକ ନୀତିକାନ୍ତି ଅନୁଯାୟୀ ଅନୁଷ୍ଠିତ ହେବ। କରୋନା ସଂକ୍ରମଣକୁ ନଜରରେ ରଖି ଜନସାଧାରଣଙ୍କ ସମାବେଶକୁ ବାରଣ କରାଯାଇଛି। କେବଳ ସାଧୁସନ୍ନ୍ୟାସୀମାନେ ଏଥିରେ ଯୋଗଦେଇପାରିବେ। ସମସ୍ତଙ୍କ କୋଭିଡ୍‌ ପରୀକ୍ଷା ହେବ। ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ ଲାଗି ଏକ କମିଟି ଗଠନ କରାଯିବ। ଆଲୋକୀରଣ, ନିରାପତ୍ତା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ମାଦକଦ୍ରବ୍ୟ ନିଷେଧ, ପାନୀୟଜଳ ଯୋଗାଣ, ଖାଉଟି ସାମଗ୍ରୀ ଓ ଜାଳେଣି ଯୋଗାଣ, ନିୟନ୍ତ୍ରଣ କକ୍ଷ ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?