Posted inଜାତୀୟ

ଅଭିଯୋଗ ଆଣିଲେଣି ତେଜସ୍ୱୀ

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ମହାମେଣ୍ଟର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି । ଏହାପରେ ସେ କହିଛନ୍ତି ବିହାର ଜନତା ମହାମେଣ୍ଟ ସହ ଥିଲେ । ତେଣୁ ଆମେ ପରାଜିତ ହୋଇନୁ । ସେ ପୋଷ୍ଟାଲ ବାଲାଟକୁ ପୁଣିଥରେ ଗଣିବାକୁ ଦାବି କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ବିହାରବାସୀ ମହାମେଣ୍ଟ ସପକ୍ଷରେ ଥିଲେ ହେଲେ ନିର୍ବାଚନ କମିଶନଙ୍କ ଫଳାଫଳ ଏନ୍‌ଡିଏ ସପକ୍ଷରେ ଥିଲା । ଏହା ପ୍ରଥମଥର ନୁହେଁ । ୨୦୧୫ରେ ଯେବେ ମହାମେଣ୍ଟ ହୋଇଥିଲା ସେତେବେଳେ ଭୋଟ ଆମ ସପକ୍ଷରେ ଥିଲା, ହେଲେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ ଗାଦି ଦଖଲ କରିବାକୁ ବ୍ୟାକ ଡୋର ଏଣ୍ଟ୍ରି କରିଥିଲା । ନିର୍ବାଚନ କମିଶନଙ୍କ ଦାୟିତ୍ୱ ହେଉଛି ସେ ସମସ୍ତ ପ୍ରାର୍ଥୀଙ୍କ ସନ୍ଦେହ ଦୂର କରନ୍ତୁ । ରିକାଉଣ୍ଟିଂ ନିହାତି ଜରୁରୀ ବୋଲି ତେଜସ୍ୱୀ କହିଛନ୍ତି । ଏହାସହ ଆମକୁ ଦେଖାଇ ରିକାଉଣ୍ଟିଂ କରିବା ଦରକାର । ସେ ଆହୁରି ମଧ୍ୟ କହିଛନ୍ତି ୨୦୧୫ରେ ନୀତୀଶ କୁମାର ଜନାଦେଶର ଅପମାନ କରିଥିଲେ । ନୀତୀଶଙ୍କୁ ଗାଦିମୋହ ଥିବାରୁ ସେ ଛଳ କପଟ କରି ଏହାକୁ ହାସଲ କରିଛନ୍ତି । ହେଲେ ଜନତାଙ୍କ ନିଷ୍ପତ୍ତିକୁ ଆମେ ସ୍ୱାଗତ କରୁଛୁ । ଆମେ ହାରିନୁ ବରଂ ଜିତିଛୁ ତେଣୁ ଆମେ ଧନ୍ୟବାଦ ରାଲି ବାହାର କରିବୁ ଓ ବିହାରବାସୀଙ୍କୁ ଧନ୍ୟବାଦ ଦେବୁ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri