ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି ହରି ହରାତ୍ମକ ବିଶ୍ୱଶାନ୍ତି ମହାଯଜ୍ଞ ଚାଲିବ। ଏହି ବିଶ୍ୱଶାନ୍ତି ମହାଯଜ୍ଞ ଅବସରରେ ସୋମବାର କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ହଜାର ହଜାର ମହିଳା ପୁରୁଷଙ୍କ ଗହଣରେ କଳସ ଯାତ୍ରାରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ସାମିଲ ହୋଇଥିଲେ। ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ୍ତ୍‌ ସାମନ୍ତ, ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ମଲାଡ଼ର ପୂର୍ବତନ ସରପଞ୍ଚ ପ୍ରଭାତ ସେଠି, ଲିଙ୍ଗରାଜ ମହାପାତ୍ର, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା, ଝାଡେଶ୍ୱର ମନ୍ଦିର ପରିଚାଳନା କମିଟିର ବରିଷ୍ଠ କର୍ମକର୍ତ୍ତା କୃଷ୍ଣ ଚନ୍ଦ୍ର ପଲାଇଙ୍କ ସମେତ ବହୁ ମାନ୍ୟଗନ ବ୍ୟକ୍ତି ଉପସ୍ଥିତ ଥିଲେ । ୨୧ ଠାକୁରଙ୍କ ବିଗ୍ରହ ଯଜ୍ଞସ୍ଥଳରେ ପହଁଞ୍ଚିବା ପରେ ମହା ମିଳନ ଅନୁଷ୍ଠିତ ହୋଇଥିଲା। ପ୍ରତି ୧୨ ବର୍ଷକୁ ଥରେ ହେଉଥିବା ଏହି ମହାଯଜ୍ଞରେ ୨୧ଟି ଠାକୁରଙ୍କ ମହାମିଳନ ପ୍ରଥମଥର ପାଇଁ ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଥିଲା । ଏହି ମହାଯଜ୍ଞରେ ପଣ୍ଡିତ ସ୍ବର୍ଗତ ନରସିଂହ ଶତପଥୀଙ୍କ ପୁତ୍ର ଅଶୋକ ଶତପଥୀ,ପଣ୍ଡିତ ତୁମ୍ବନାଥ ଶତପଥୀଙ୍କ ଦ୍ୱାରା ମନ୍ତ୍ର ପାଠ ପରିଚାଳିତ ହେବ । ମଙ୍ଗଳ ରୋପଣ ଓ ମଙ୍ଗଳବାର ନାମ ଯଜ୍ଞ,ଜ୍ଞାନ ଯଜ୍ଞ ,ଘୃତ ଯଜ୍ଞ ଗୋ ଯଜ୍ଞ ଆରମ୍ଭ ହେବ ଏବଂ ଆସନ୍ତା ୨୦ ତାରିଖ ଦିନ ପୂର୍ଣ୍ଣାହୁତି ଏବଂ ୨୧ ଠାକୁରଙ୍କ ମିଳନ ସହିତ ନିଜ ନିଜ ଦେଉଳକୁ ପ୍ରସ୍ଥାନ ହେବେ । ଏହାକୁ ବୋରିଗାଁ,ବଳଦିଆ ଡିହ,ଲୁଙ୍ଘୁରି, ପଣି ବନ୍ଧ,କୁଷପଲି,ନୂଆଁ କୁଷପଲି, କାଠ ଗଡ଼ା ଓ ଚୈତନ୍ୟପୁର ଗ୍ରାମବାସୀମାନେ ସମ୍ପୂର୍ଣ ସହଯୋଗ କରୁଛନ୍ତି । ଏହି ଯଜ୍ଞ ପାଇଁ ଆଠ ଗ୍ରାମର ପ୍ରାୟ ପାଞ୍ଚଶହରୁ ଅଧିକ ସଦସ୍ୟମାନଙ୍କୁ ନିୟୋଜିତ କରାଯାଇଛି । ଯେମିତି କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତି ନ ହେବ ସେହି ଉପରେ ମନ୍ଦିର ପରିଚାଳନା କମିଟିଙ୍କ ଦାରା ଗୁରୁତ୍ୱ ଦିଆଯାଇଛି । ରମ୍ଭା ଥାନା ପୋଲିସ ପକ୍ଷରୁ ସମସ୍ତ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri