ମହାକାଳପଡ଼ାର ଭାଜପା ବିଧାୟକ ପ୍ରାର୍ଥୀ ବିଜୟଙ୍କ ପରଲୋକ

ମହାକାଳପଡା,୪।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ରାଜନେତା ବିଜୟ କୁମାର ପ୍ରଧାନ(୭୪)ଙ୍କ ସୋମବାର ରାତିରେ ପରଲୋକକୁ ହୋଇଯାଇଛି। ସାରେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ସ୍ବର୍ଗତ ପ୍ରଧାନ ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତର ଭିତରସୁବଳା ଗଁାରେ ୧୯୪୯ରେ ଜନ୍ମଗ୍ରହଣ କରିଥିଲେ। ଉଚ୍ଚଶିକ୍ଷା ସରିବା ପରେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ। ବାତ୍ୟା, ବନ୍ୟା ସମୟରେ ବ୍ଲକରେ ପ୍ରତି ଘରକୁ ଘର ବୁଲି ବିପନ୍ନ ପରିବାରକୁ ଭେଟିବା ସହ ଦୁଃଖ ସୁଖ ବୁଝୁଥିଲେ। ସେ ଦୁଇଥର ସ୍ଥାନୀୟ ବାରଡ଼ାଙ୍ଗ ପଞ୍ଚାୟତର ସରପଞ୍ଚ ହୋଇଥିଲେ। ପରବର୍ତ୍ତୀ ସମୟରେ ୧୯୮୫, ୧୯୯୦, ୨୦୦୦ରେ କଂଗ୍ରେସରୁ ରାଜନଗର ବିଧାନସଭା ନିବାଚନମଣ୍ଡଳୀ ବିଧାୟକ ପ୍ରାର୍ଥୀ ହୋଇ ପରାଜୟ ହୋଇଥିଲେ। ପରେ ଭାଜପାରେ ଯୋଗଦେଇ ୨୦୧୯ରେ ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ହୋଇ ପରାଜୟ ବରଣ କରିଥିଲେ। ସ୍ବର୍ଗତ ପ୍ରଧାନଙ୍କ ମୃତଦେହ ଭୁବନେଶ୍ୱର ବାସଭବନରୁ ଅଣାଯାଇ ମହାକାଳପଡ଼ା ବ୍ଲକ ପରିସରରେ ପହଞ୍ଚତ୍ବା ପରେ ତାଙ୍କ ଅନୁଗତ ଓ ଶୁଭେଚ୍ଛୁମାନେ ଶେଷ ଦର୍ଶନ କରିଥିଲେ। କଂଗ୍ରେସ ରାଜ୍ୟ ମୁଖାପାତ୍ର ଜ୍ଞାନଦେବ ବେଉରା, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, ବାରଡ଼ାଙ୍ଗ ସରପଞ୍ଚ ଅରବିନ୍ଦ ଜେନା, ଭାଜପା ଯୁବନେତା ସୌଭାଗ୍ୟ ପରିଡା, ତେଜେଶ୍ୱର ପରିଡ଼ା, ଦୁର୍ଗା ପ୍ରସନ୍ନ ନାୟକ, ଉମାକାନ୍ତ ପଟ୍ଟନାୟକଙ୍କ ସମେତ ବିଧାୟକ ଅତନୁ ସବ୍ୟସାଚୀ ନାୟକ ସ୍ବର୍ଗତ ପ୍ରଧାନଙ୍କ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ମହାକାଳପଡ଼ା ପ୍ରେସ୍‌ କ୍ଲବ, ବ୍ଲକର ବିଭିନ୍ନ ଅନୁଷ୍ଠାନ, ବରିଷ୍ଠ ନାଗରିକମାନେ ସମବେଦନା ଜଣାଇଥିଲେ। ମରଶରୀରକୁ ବ୍ଲକର ବିଭିନ୍ନ ପଞ୍ଚାୟତ ପରିକ୍ରମା କରାଯିବା ପରେ ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?