ମହାକାଳପଡ଼ାର ଭାଜପା ବିଧାୟକ ପ୍ରାର୍ଥୀ ବିଜୟଙ୍କ ପରଲୋକ

ମହାକାଳପଡା,୪।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ରାଜନେତା ବିଜୟ କୁମାର ପ୍ରଧାନ(୭୪)ଙ୍କ ସୋମବାର ରାତିରେ ପରଲୋକକୁ ହୋଇଯାଇଛି। ସାରେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ସ୍ବର୍ଗତ ପ୍ରଧାନ ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତର ଭିତରସୁବଳା ଗଁାରେ ୧୯୪୯ରେ ଜନ୍ମଗ୍ରହଣ କରିଥିଲେ। ଉଚ୍ଚଶିକ୍ଷା ସରିବା ପରେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ। ବାତ୍ୟା, ବନ୍ୟା ସମୟରେ ବ୍ଲକରେ ପ୍ରତି ଘରକୁ ଘର ବୁଲି ବିପନ୍ନ ପରିବାରକୁ ଭେଟିବା ସହ ଦୁଃଖ ସୁଖ ବୁଝୁଥିଲେ। ସେ ଦୁଇଥର ସ୍ଥାନୀୟ ବାରଡ଼ାଙ୍ଗ ପଞ୍ଚାୟତର ସରପଞ୍ଚ ହୋଇଥିଲେ। ପରବର୍ତ୍ତୀ ସମୟରେ ୧୯୮୫, ୧୯୯୦, ୨୦୦୦ରେ କଂଗ୍ରେସରୁ ରାଜନଗର ବିଧାନସଭା ନିବାଚନମଣ୍ଡଳୀ ବିଧାୟକ ପ୍ରାର୍ଥୀ ହୋଇ ପରାଜୟ ହୋଇଥିଲେ। ପରେ ଭାଜପାରେ ଯୋଗଦେଇ ୨୦୧୯ରେ ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ହୋଇ ପରାଜୟ ବରଣ କରିଥିଲେ। ସ୍ବର୍ଗତ ପ୍ରଧାନଙ୍କ ମୃତଦେହ ଭୁବନେଶ୍ୱର ବାସଭବନରୁ ଅଣାଯାଇ ମହାକାଳପଡ଼ା ବ୍ଲକ ପରିସରରେ ପହଞ୍ଚତ୍ବା ପରେ ତାଙ୍କ ଅନୁଗତ ଓ ଶୁଭେଚ୍ଛୁମାନେ ଶେଷ ଦର୍ଶନ କରିଥିଲେ। କଂଗ୍ରେସ ରାଜ୍ୟ ମୁଖାପାତ୍ର ଜ୍ଞାନଦେବ ବେଉରା, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, ବାରଡ଼ାଙ୍ଗ ସରପଞ୍ଚ ଅରବିନ୍ଦ ଜେନା, ଭାଜପା ଯୁବନେତା ସୌଭାଗ୍ୟ ପରିଡା, ତେଜେଶ୍ୱର ପରିଡ଼ା, ଦୁର୍ଗା ପ୍ରସନ୍ନ ନାୟକ, ଉମାକାନ୍ତ ପଟ୍ଟନାୟକଙ୍କ ସମେତ ବିଧାୟକ ଅତନୁ ସବ୍ୟସାଚୀ ନାୟକ ସ୍ବର୍ଗତ ପ୍ରଧାନଙ୍କ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ମହାକାଳପଡ଼ା ପ୍ରେସ୍‌ କ୍ଲବ, ବ୍ଲକର ବିଭିନ୍ନ ଅନୁଷ୍ଠାନ, ବରିଷ୍ଠ ନାଗରିକମାନେ ସମବେଦନା ଜଣାଇଥିଲେ। ମରଶରୀରକୁ ବ୍ଲକର ବିଭିନ୍ନ ପଞ୍ଚାୟତ ପରିକ୍ରମା କରାଯିବା ପରେ ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri