ଅନାସ୍ଥା ଭୋଟ୍‌ରେ ହାରିଗଲେ ମହାକାଳପଡ଼ା ବ୍ଲକ୍‌ ଅଧ୍ୟକ୍ଷା, ୬୨ ସମର୍ଥନରୁ ମିଳିଲା…

ମହାକାଳପଡ଼ା,୨୮ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍‌ରେ ହାରିଯାଇଛନ୍ତି।

ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଞ୍ଚାୟତର ମୋଟ ୬୨ ସରପଞ୍ଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍‌ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍‌ ଅଧ୍ୟକ୍ଷା କଳ୍ପନା ରାଉତ ନିଜ ପଦବୀ ହରାଇଛନ୍ତି।

ବୁଧବାର ପୂର୍ବାହ୍ନରେ ୪୯ ଜଣ ସଭ୍ୟାସଭ୍ୟ ବ୍ଲକ ମୁଖ୍ୟ ଫାଟକ ଦେଇ ସଭାଗୃହରେ ପହଞ୍ଚିଥିଲେ। ସଭାଗୃହରେ ତହସିଲଦାର ତଥା ଇଲେକ୍ସନ ଅଫିସର ଶିବ ମଲ୍ଲିକ ଓ ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର ଉପସ୍ଥିତ ଥିଲେ। ପରେ ଅନାସ୍ଥା ଭୋଟିଂ କରାଯାଇଥିଲା। ତେବେ ୬୨ ସଦସ୍ୟଙ୍କ ମଧ୍ୟରୁ ୪୯ ଜଣ ଉପସ୍ଥିତ ଥିଲେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଫଳାଫଳ ସରକାରୀ ଭାବରେ ଘୋଷଣା କରାଯିବ ବୋଲି ଅଧିକାରୀମାନେ କହିଛନ୍ତି।

ଅପରପକ୍ଷରେ ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ବୈଠକ ବାତିଲ ପାଇଁ ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେକୁ କାଏମ ରଖିଛନ୍ତି ବୋଲି କୁହାଯାଇଛି। ବ୍ଲକ ସମ୍ମୁଖରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri