ଅନାସ୍ଥା ଭୋଟ୍‌ରେ ହାରିଗଲେ ମହାକାଳପଡ଼ା ବ୍ଲକ୍‌ ଅଧ୍ୟକ୍ଷା, ୬୨ ସମର୍ଥନରୁ ମିଳିଲା…

ମହାକାଳପଡ଼ା,୨୮ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍‌ରେ ହାରିଯାଇଛନ୍ତି।

ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଞ୍ଚାୟତର ମୋଟ ୬୨ ସରପଞ୍ଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍‌ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍‌ ଅଧ୍ୟକ୍ଷା କଳ୍ପନା ରାଉତ ନିଜ ପଦବୀ ହରାଇଛନ୍ତି।

ବୁଧବାର ପୂର୍ବାହ୍ନରେ ୪୯ ଜଣ ସଭ୍ୟାସଭ୍ୟ ବ୍ଲକ ମୁଖ୍ୟ ଫାଟକ ଦେଇ ସଭାଗୃହରେ ପହଞ୍ଚିଥିଲେ। ସଭାଗୃହରେ ତହସିଲଦାର ତଥା ଇଲେକ୍ସନ ଅଫିସର ଶିବ ମଲ୍ଲିକ ଓ ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର ଉପସ୍ଥିତ ଥିଲେ। ପରେ ଅନାସ୍ଥା ଭୋଟିଂ କରାଯାଇଥିଲା। ତେବେ ୬୨ ସଦସ୍ୟଙ୍କ ମଧ୍ୟରୁ ୪୯ ଜଣ ଉପସ୍ଥିତ ଥିଲେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଫଳାଫଳ ସରକାରୀ ଭାବରେ ଘୋଷଣା କରାଯିବ ବୋଲି ଅଧିକାରୀମାନେ କହିଛନ୍ତି।

ଅପରପକ୍ଷରେ ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ବୈଠକ ବାତିଲ ପାଇଁ ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେକୁ କାଏମ ରଖିଛନ୍ତି ବୋଲି କୁହାଯାଇଛି। ବ୍ଲକ ସମ୍ମୁଖରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri