Posted inଜାତୀୟ

ମହାକୁମ୍ଭ: ପ୍ରଥମ ଦିନରେ ବୁଡ଼ ପକାଇଲେ ୧.୬୫ କୋଟି

ମହାକୁମ୍ଭ ନଗର,୧୩।୧: ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ମହାକୁମ୍ଭ ବେଳେ ସଙ୍ଗମରେ ବୁଡ଼ ପକାଇଲେ ମୋକ୍ଷପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଥିବାରୁ ପ୍ରବଳ ଶୀତ ଓ ଘନ କୁହୁଡ଼ି ସାଙ୍ଗକୁ ବରଫ ଭଳି ଥଣ୍ଡା ପାଣି ସତ୍ତ୍ୱେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଲାଗିରହିଥିଲା।

୪୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ବିଶ୍ୱର ସର୍ବବୃହତ୍‌ ମାନବୀୟ ସମାବେଶ ବୋଲି କୁହାଯାଉଛି। ୧୨ ବର୍ଷରେ ଥରେ ପଡ଼ୁଥିବା ଆଧ୍ୟାତ୍ମତିକତା, ବିଶ୍ୱାସ, ସଂସ୍କୃତି, ଧର୍ମ, ପରମ୍ପରା ଏବଂ ଆଧୁନିକ ପ୍ରଯୁକ୍ତିର ମହାମିଳନ ଏହି ମହାକୁମ୍ଭରେ ଦେଶବିଦେଶରୁ ୪୦ କୋଟିରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଯୋଗଦେବେ ବୋଲି ଆକଳନ କରାଯାଇଛି। ଦୀର୍ଘ ୧୪୪ ବର୍ଷ ପରେ ଦୁର୍ଲଭ ସ୍ବର୍ଗୀୟ ସଂଯୋଗ ପଡ଼ୁଥିବା ସନ୍ଥମାନେ ଦାବି କରୁଥିବାରୁ ଏଥର ମହାକୁମ୍ଭକୁ ସବୁଠୁ ଶୁଭ ବିବେଚନା କରାଯାଉଛି।

ବସ୍‌ ଓ ଟ୍ରେନ୍‌ରେ ଆସିଥିବା ଶ୍ରଦ୍ଧାଳୁ ୧୦ରୁ ୧୨ କିଲୋମିଟର ଚାଲିଚାଲି ଆସି ବୁଡ଼ ପକାଉଥିବା ଦେଖାଯାଇଥିଲା। ସନ୍ଧ୍ୟା ସୁଦ୍ଧା ପ୍ରାୟ ୧.୬୫ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇଥିବା ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଆଇନ ଶୃଙ୍ଖଳା ପାଇଁ ୫୫ରୁ ଊର୍ଦ୍ଧ୍ୱ ଥାନା ପ୍ରତିଷ୍ଠା କରାଯାଇ ପ୍ରାୟ ୪୫,୦୦୦ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ରାଜ୍ୟ ସରକାର ଏହି କାର୍ଯ୍ୟକ୍ରମ ପାଇଁ ୬,୪୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଦେଶର ବିଭିନ୍ନ ସହରରୁ ପ୍ରୟାଗରାଜକୁ ବିମାନ ଚଳାଚଳକୁ ତ୍ୱରାନ୍ବିତ କରିଥିବାବେଳେ ରେଲଓ୍ବେ ପକ୍ଷରୁ ୧୦,୦୦୦ ନିୟମିତ ଓ ୩,୦୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri