Posted inଜାତୀୟ

ମହାକୁମ୍ଭ: ପ୍ରଥମ ଦିନରେ ବୁଡ଼ ପକାଇଲେ ୧.୬୫ କୋଟି

ମହାକୁମ୍ଭ ନଗର,୧୩।୧: ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ମହାକୁମ୍ଭ ବେଳେ ସଙ୍ଗମରେ ବୁଡ଼ ପକାଇଲେ ମୋକ୍ଷପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଥିବାରୁ ପ୍ରବଳ ଶୀତ ଓ ଘନ କୁହୁଡ଼ି ସାଙ୍ଗକୁ ବରଫ ଭଳି ଥଣ୍ଡା ପାଣି ସତ୍ତ୍ୱେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଲାଗିରହିଥିଲା।

୪୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ବିଶ୍ୱର ସର୍ବବୃହତ୍‌ ମାନବୀୟ ସମାବେଶ ବୋଲି କୁହାଯାଉଛି। ୧୨ ବର୍ଷରେ ଥରେ ପଡ଼ୁଥିବା ଆଧ୍ୟାତ୍ମତିକତା, ବିଶ୍ୱାସ, ସଂସ୍କୃତି, ଧର୍ମ, ପରମ୍ପରା ଏବଂ ଆଧୁନିକ ପ୍ରଯୁକ୍ତିର ମହାମିଳନ ଏହି ମହାକୁମ୍ଭରେ ଦେଶବିଦେଶରୁ ୪୦ କୋଟିରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଯୋଗଦେବେ ବୋଲି ଆକଳନ କରାଯାଇଛି। ଦୀର୍ଘ ୧୪୪ ବର୍ଷ ପରେ ଦୁର୍ଲଭ ସ୍ବର୍ଗୀୟ ସଂଯୋଗ ପଡ଼ୁଥିବା ସନ୍ଥମାନେ ଦାବି କରୁଥିବାରୁ ଏଥର ମହାକୁମ୍ଭକୁ ସବୁଠୁ ଶୁଭ ବିବେଚନା କରାଯାଉଛି।

ବସ୍‌ ଓ ଟ୍ରେନ୍‌ରେ ଆସିଥିବା ଶ୍ରଦ୍ଧାଳୁ ୧୦ରୁ ୧୨ କିଲୋମିଟର ଚାଲିଚାଲି ଆସି ବୁଡ଼ ପକାଉଥିବା ଦେଖାଯାଇଥିଲା। ସନ୍ଧ୍ୟା ସୁଦ୍ଧା ପ୍ରାୟ ୧.୬୫ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇଥିବା ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଆଇନ ଶୃଙ୍ଖଳା ପାଇଁ ୫୫ରୁ ଊର୍ଦ୍ଧ୍ୱ ଥାନା ପ୍ରତିଷ୍ଠା କରାଯାଇ ପ୍ରାୟ ୪୫,୦୦୦ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ରାଜ୍ୟ ସରକାର ଏହି କାର୍ଯ୍ୟକ୍ରମ ପାଇଁ ୬,୪୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଦେଶର ବିଭିନ୍ନ ସହରରୁ ପ୍ରୟାଗରାଜକୁ ବିମାନ ଚଳାଚଳକୁ ତ୍ୱରାନ୍ବିତ କରିଥିବାବେଳେ ରେଲଓ୍ବେ ପକ୍ଷରୁ ୧୦,୦୦୦ ନିୟମିତ ଓ ୩,୦୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri