Posted inଜାତୀୟ

ଏକତାର ମହାକୁମ୍ଭ- ନୂଆ ଯୁଗର ଆରମ୍ଭ

ପବିତ୍ର ସହର ପ୍ରୟାଗରାଜରେ ମହାକୁମ୍ଭ ସଫଳତାର ସହ ସମାପନ ହୋଇଛି। ଏକତାର ଏକ ବିଶାଳ ମହାଯଜ୍ଞ ସମ୍ପନ୍ନ ହୋଇଛି। ଗୋଟିଏ ରାଷ୍ଟ୍ରର ଚେତନା ଜାଗ୍ରତ ହେଲେ, ଶହ ଶହ ବର୍ଷ ପୁରୁଣା ପରାଧୀନତାର ମାନସିକତାରୁ ମୁକ୍ତ ହେଲେ, ଦେଶରେ ନୂତନ ଶକ୍ତିର ସଞ୍ଚାର ହୋଇଥାଏ । ଏହାର ପରିଣାମ ଜାନୁଆରୀ ୧୩ରୁ ପ୍ରୟାଗରାଜରେ ଆରମ୍ଭ ହୋଇଥିବା ‘ଏକତା କା ମହାକୁମ୍ଭ’ (ଏକତାର ମହାକୁମ୍ଭ)ରେ ଦେଖିବାକୁ ମିଳିଥିଲା।
୨୨ ଜାନୁଆରୀ ୨୦୨୪ରେ, ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମୟରେ, ମୁଁ ଦେବ ଭକ୍ତି ଏବଂ ଦେଶ ଭକ୍ତି ବିଷୟରେ କହିଥିଲି। ପ୍ରୟାଗରାଜରେ ମହାକୁମ୍ଭ ସମୟରେ ସାଧୁ, ସନ୍ଥ, ମହିଳା, ଶିଶୁ, ଯୁବକ, ବରିଷ୍ଠ ନାଗରିକ ଏବଂ ସମାଜର ସମସ୍ତ ବର୍ଗର ଲୋକମାନେ ଏକାଠି ହୋଇଥିଲେ। ମହାକୁମ୍ଭରେ ଆମେ ରାଷ୍ଟ୍ରର ଜାଗ୍ରତ ଚେତନାକୁ ଦେଖିଛୁ। ଏହା ଥିଲା ଏକତାର ମହାକୁମ୍ଭ, ଯେଉଁଠି ୧୪୦ କୋଟି ଭାରତୀୟଙ୍କ ଆସ୍ଥା ଏହି ପବିତ୍ର ଅବସର ପାଇଁ ଏକ ସମୟରେ, ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲା।
ପ୍ରୟାଗରାଜର ଏହି ପବିତ୍ର ଅଞ୍ଚଳ ହେଉଛି ଶୃଙ୍ଗବେରପୁର । ଏହା ଏକତା, ସୌହାର୍ଦ୍ଦ୍ୟ ଏବଂ ପ୍ରେମର ଏକ ପବିତ୍ର ଭୂମି, ଯେଉଁଠାରେ ପ୍ରଭୁ ଶ୍ରୀରାମ ଓ ନିଶାଦରାଜଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ସେମାନଙ୍କର ଏହି ସାକ୍ଷାତ ଭକ୍ତି ଓ ସଦ୍ଭାବନାର ସଙ୍ଗମ ଥିଲା। ଆଜି ମଧ୍ୟ ପ୍ରୟାଗରାଜ ଆମକୁ ସେହି ଭାବନା ସହ ପ୍ରେରଣା ଦେଉଛି।
୪୫ ଦିନ ଧରି ମୁଁ ଦେଶର କୋଣ ଅନୁକୋଣରୁ କୋଟି କୋଟି ଲୋକଙ୍କୁ ସଙ୍ଗମକୁ ଯିବାଆସିବା କରୁଥିବାର ଦେଖିଲି। ସଙ୍ଗମସ୍ଥଳରେ ଭାବପ୍ରବଣତାର ତରଙ୍ଗ ବୃଦ୍ଧି ପାଇବାରେ ଲାଗିଥିଲା। ପ୍ରତ୍ୟେକ ଭକ୍ତ ସଙ୍ଗମରେ ବୁଡ଼ ପକାଇବାର ଆକାଂକ୍ଷା ନେଇ ଆସିଥିଲେ । ଗଙ୍ଗା, ଯମୁନା ଏବଂ ସରସ୍ବତୀଙ୍କ ପବିତ୍ର ସଙ୍ଗମ ପ୍ରତ୍ୟେକ ତୀର୍ଥଯାତ୍ରୀଙ୍କୁ ଉତ୍ସାହ, ଶକ୍ତି ଏବଂ ଆତ୍ମବିଶ୍ୱାସରେ ଭରିଦେଇଥିଲା।
ପ୍ରୟାଗରାଜର ଏହି ମହାକୁମ୍ଭ ଆଧୁନିକ ପ୍ରବନ୍ଧନ ବା ମ୍ୟାନେଜମେଣ୍ଟ ପେସାଦାର, ଯୋଜନା ଏବଂ ନୀତି ବିଶେଷଜ୍ଞଙ୍କ ପାଇଁ ଏକ ଅଧ୍ୟୟନର ବିଷୟ। ବିଶ୍ୱର କୌଣସି ସ୍ଥାନରେ ଏହି ବ୍ୟାପକତାର କୌଣସି ସମାନ୍ତରାଳ ଉଦାହରଣ ନାହିଁ।
ପ୍ରୟାଗରାଜରେ ନଦୀ ସଙ୍ଗମ କୂଳରେ କୋଟି କୋଟି ଲୋକ କିପରି ଏକାଠି ହେଲେ, ତାହା ବିଶ୍ୱ ଆଶ୍ଚର୍ଯ୍ୟର ସହ ଦେଖିଲା। ଏହି ଲୋକମାନଙ୍କ ପାଖରେ କୌଣସି ଆନୁଷ୍ଠାନିକ ନିମନ୍ତ୍ରଣ ନ ଥିଲା, କେତେବେଳେ ଯିବେ ସେ ବିଷୟରେ କୌଣସି ପୂର୍ବ ସୂଚନା ନ ଥିଲା। ତଥାପି କୋଟି କୋଟି ଲୋକ ନିଜ ଇଚ୍ଛାରେ ମହାକୁମ୍ଭ ଅଭିମୁଖେ ବାହାରିଥିଲେ ଏବଂ ପବିତ୍ର ଜଳରାଶିରେ ବୁଡ଼ ପକାଇବାର ଆନନ୍ଦ ଅନୁଭବ କରିଥିଲେ।
ପବିତ୍ର ସ୍ନାନ ପରେ ଅପାର ଆନନ୍ଦ ଏବଂ ସନ୍ତୋଷ ପ୍ରଦାନ କରୁଥିବା ସେହି ମୁହଁଗୁଡ଼ିକୁ ମୁଁ ଭୁଲିପାରିବି ନାହିଁ। ମହିଳା, ବୟସ୍କ, ଦିବ୍ୟାଙ୍ଗ ଭାଇ ଓ ଭଉଣୀ- ସମସ୍ତେ ସଙ୍ଗମରେ ପହଞ୍ଚିବାର ରାସ୍ତା ଖୋଜି ବାହାର କଲେ।
ଭାରତର ଯୁବକମାନଙ୍କ ବିପୁଳ ଅଂଶଗ୍ରହଣକୁ ଦେଖିବା ମୋ ପାଇଁ ବିଶେଷ ଭାବରେ ହୃଦୟସ୍ପର୍ଶୀ ଥିଲା। ମହାକୁମ୍ଭରେ ଯୁବପିଢ଼ିର ଉପସ୍ଥିତି ଏକ ଗଭୀର ବାର୍ତ୍ତା ଦେଉଛି ଯେ ଭାରତର ଯୁବବର୍ଗ ଆମର ଗୌରବମୟ ସଂସ୍କୃତି ଏବଂ ଐତିହ୍ୟର ପଥପ୍ରଦର୍ଶକ ହେବେ। ସେମାନେ ଏହାର ସଂରକ୍ଷଣ ଦିଗରେ ସେମାନଙ୍କର ଦାୟିତ୍ୱକୁ ବୁଝନ୍ତି ଏବଂ ଏହାକୁ ଆଗକୁ ନେବା ପାଇଁ ପ୍ରତିଶ୍ରୁତିବଦ୍ଧ।
ଏହି ମହାକୁମ୍ଭ ପାଇଁ ପ୍ରୟାଗରାଜରେ ପହଞ୍ଚୁଥିବା ଲୋକଙ୍କ ସଂଖ୍ୟା ନିଃସନ୍ଦେହରେ ନୂତନ ରେକର୍ଡ ସୃଷ୍ଟି କରିଛି। କିନ୍ତୁ ଶାରୀରିକ ଭାବେ ଉପସ୍ଥିତ ଥିବା ଲୋକମାନଙ୍କ ବ୍ୟତୀତ, ପ୍ରୟାଗରାଜରେ ପହଞ୍ଚି ପାରୁ ନ ଥିବା କୋଟି କୋଟି ଲୋକ ମଧ୍ୟ ଏହି ଅବସରରେ ଭାବପ୍ରବଣତାର ସହ ଗଭୀର ଭାବେ ଜଡ଼ିତ ଥିଲେ। ତୀର୍ଥଯାତ୍ରୀମାନେ ନେଇ ଆସୁଥିବା ପବିତ୍ର ଜଳ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆନନ୍ଦର ଉତ୍ସ ପାଲଟିଥିଲା। ମହାକୁମ୍ଭରୁ ଫେରୁଥିବା ଅନେକଙ୍କୁ ସେମାନଙ୍କ ଗ୍ରାମରେ ସମ୍ମାନର ସହ ସ୍ବାଗତ କରାଯାଇଥିଲା, ସମାଜ ଦ୍ୱାରା ସମ୍ମାନିତ କରାଯାଇଥିଲା।
ଗତ କିଛି ସପ୍ତାହ ମଧ୍ୟରେ ଯାହା ଘଟିଛି ତାହା ଅଭୂତପୂର୍ବ ଏବଂ ଆଗାମୀ ଶତାବ୍ଦୀ ପାଇଁ ଏକ ମୂଳଦୁଆ ପକାଇଛି।
ସମସ୍ତଙ୍କ କଳ୍ପନାଠାରୁ ଯଥେଷ୍ଟ ଅଧିକ ସଂଖ୍ୟକ ଭକ୍ତ ପ୍ରୟାଗରାଜରେ ପହଞ୍ଚିଥିଲେ। କୁମ୍ଭର ପୂର୍ବ ଅଭିଜ୍ଞତାକୁ ଆଧାର କରି ପ୍ରଶାସନ ଉପସ୍ଥାନର ଆକଳନ କରିଥିଲା।
ଆମେରିକାର ପ୍ରାୟ ଦୁଇଗୁଣ ଜନସଂଖ୍ୟା ଏହି ଏକତାର ମହାକୁମ୍ଭରେ ଅଂଶଗ୍ରହଣ କରିଥିଲେ।
ଆଧ୍ୟାତ୍ମିକ ବିଦ୍ୱାନ୍‌ମାନେ ଯଦି କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣକୁ ବିଶ୍ଳେଷଣ କରନ୍ତି, ତେବେ ସେମାନେ ଦେଖିବେ ଯେ ଭାରତ ନିଜର ଐତିହ୍ୟକୁ ନେଇ ଗର୍ବିତ ଏବଂ ବର୍ତ୍ତମାନ ଦେଶ ଏକ ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି। ଏହା ଏକ ନୂତନ ଯୁଗର ପ୍ରାରମ୍ଭ ଏବଂ ଏହି ମହାକୁମ୍ଭ ନୂତନ ଭାରତର ଭବିଷ୍ୟତ ଲେଖିବ ବୋଲି ମୋର ବିଶ୍ୱାସ ରହିଛି ।
ହଜାର ହଜାର ବର୍ଷ ଧରି, ମହାକୁମ୍ଭ ଭାରତର ଜାତୀୟ ଚେତନାକୁ ସୁଦୃଢ଼ କରିଛି। ଅତୀତରେ ପ୍ରତ୍ୟେକ ପୂର୍ଣ୍ଣକୁମ୍ଭରେ ସନ୍ଥ, ବିଦ୍ୱାନ୍‌ ଏବଂ ଚିନ୍ତାନାୟକମାନେ ନିଜ ସମୟର ସମାଜର ସ୍ଥିତି ଉପରେ ବିଚାରବିମର୍ଶ କରୁଥିବା ଦେଖିବାକୁ ମିଳୁଥିଲା। ସେମାନଙ୍କ ବିଚାରର ପ୍ରତିଫଳନ ଦେଶ ଏବଂ ସମାଜକୁ ଏକ ନୂତନ ଦିଗ ପ୍ରଦାନ କରୁଥିଲା। ପ୍ରତି ଛଅ ବର୍ଷରେ, ଅର୍ଦ୍ଧକୁମ୍ଭ ସମୟରେ, ଏହି ବିଚାରଗୁଡ଼ିକର ସମୀକ୍ଷା କରାଯାଇଥିଲା। ୧୪୪ ବର୍ଷ ଧରି ଚାଲିଥିବା ୧୨ଟି ପୂର୍ଣ୍ଣକୁମ୍ଭ ଘଟଣା ପରେ, ପୁରୁଣା ପରମ୍ପରାକୁ ପରିତ୍ୟାଗ କରାଯାଉଥିଲା, ନୂତନ ଚିନ୍ତାଧାରାକୁ ଗ୍ରହଣ କରାଯାଇଥିଲା ଏବଂ ସମୟ ସହିତ ଆଗକୁ ବଢ଼ିବା ପାଇଁ ନୂତନ ପରମ୍ପରା ସୃଷ୍ଟି କରାଯାଇଥିଲା।
୧୪୪ ବର୍ଷ ପରେ, ଏହି ମହାକୁମ୍ଭରେ, ଆମର ସନ୍ଥମାନେ ପୁନର୍ବାର ଭାରତର ବିକାଶ ପାଇଁ ଏକ ନୂତନ ବାର୍ତ୍ତା ଦେଇଛନ୍ତି । ସେହି ବାର୍ତ୍ତା ହେଉଛି – ବିକଶିତ ଭାରତ।
ଏହି ଏକତାର ମହାକୁମ୍ଭରେ ପ୍ରତ୍ୟେକ ତୀର୍ଥଯାତ୍ରୀ, ଧନୀ ହୁଅନ୍ତୁ ଅବା ଗରିବ, ଯୁବ ହୁଅନ୍ତୁ ଅବା ବୃଦ୍ଧ, ଗାଁ ଅବା ସହରରୁ, ଭାରତ ହେଉ କି ବିଦେଶ, ପୂର୍ବ ହେଉ କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ, ଜାତି, ଧର୍ମ ଏବଂ ବିଚାର ନିର୍ବିଶେଷରେ ଏକାଠି ହୋଇଥିଲେ। ଏହା ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପରିକଳ୍ପନାର ପ୍ରତିମୂର୍ତ୍ତି ଥିଲା, ଯାହା କୋଟି କୋଟି ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଥିଲା। ଏବେ ଆମକୁ ଏକ ବିକଶିତ ଭାରତ ନିର୍ମାଣର ଲକ୍ଷ୍ୟ ପାଇଁ ସମାନ ଭାବନା ନେଇ ଏକାଠି ହେବାକୁ ପଡ଼ିବ।
ମୋର ଗୋଟିଏ କଥା ମନେପଡ଼ୁଛି ।
ଭଗବାନ ଶ୍ରୀକୃଷ୍ଣ ଛୋଟ ଥିବା ସମୟରେ ନିଜ ପାଟିରେ ମା’ ଯଶୋଦାଙ୍କୁ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡର ଚିତ୍ର ଦେଖାଇଥିଲେ। ସେହିପରି, ଏହି ମହାକୁମ୍ଭରେ ଭାରତ ଓ ବିଶ୍ୱର ଲୋକମାନେ ଭାରତର ସାମୂହିକ ଶକ୍ତିର ବ୍ୟାପକ ସମ୍ଭାବନାକୁ ଦେଖିଛନ୍ତି ।
ଏବେ ଆମକୁ ଏହି ଆତ୍ମବିଶ୍ୱାସର ସହିତ ଆଗକୁ ବଢ଼ିବାକୁ ହେବ ଏବଂ ଏକ ବିକଶିତ ଭାରତ ଗଠନ ଦିଗରେ ନିଜକୁ ସମର୍ପିତ କରିବାକୁ ହେବ।
ଏହାପୂର୍ବରୁ ଭକ୍ତି ଆନ୍ଦୋଳନର ସନ୍ଥମାନେ ସମଗ୍ର ଭାରତରେ ଆମର ସାମୂହିକ ସଂକଳ୍ପର ଶକ୍ତିକୁ ଚିହ୍ନଟ କରିଥିଲେ ଏବଂ ପ୍ରୋତ୍ସାହିତ କରିଥିଲେ। ସ୍ବାମୀ ବିବେକାନନ୍ଦଙ୍କଠାରୁ ଆରମ୍ଭ କରି ଶ୍ରୀ ଅରବିନ୍ଦଙ୍କ ପର୍ଯ୍ୟନ୍ତ ପ୍ରତ୍ୟେକ ମହାନ୍‌ ଚିନ୍ତାନାୟକ ଆମକୁ ଆମ ସାମୂହିକ ସଂକଳ୍ପର ଶକ୍ତି ବିଷୟରେ ସ୍ମରଣ କରାଇ ଦେଇଥିଲେ। ଏପରି କି ମହାତ୍ମା ଗାନ୍ଧୀ ମଧ୍ୟ ସ୍ବାଧୀନତା ଆନ୍ଦୋଳନ ସମୟରେ ଏହା ଅନୁଭବ କରିଥିଲେ। ସ୍ବାଧୀନତା ପରେ, ଯଦି ଏହି ସାମୂହିକ ଶକ୍ତିକୁ ସଠିକ୍‌ ଭାବରେ ସ୍ବୀକୃତି ଦିଆଯାଇଥାନ୍ତା ଏବଂ ସମସ୍ତଙ୍କ କଲ୍ୟାଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହାର ଉପଯୋଗ କରାଯାଇଥା’ନ୍ତା, ତେବେ ଏହା ଗୋଟିଏ ନୂତନ ଭାବେ ସ୍ବାଧୀନ ରାଷ୍ଟ୍ର ପାଇଁ ଏକ ମହାଶକ୍ତି ହୋଇପାରିଥାନ୍ତା। ଦୁର୍ଭାଗ୍ୟବଶତଃ, ପୂର୍ବରୁ ଏହା କରାଯାଇ ନ ଥିଲା। କିନ୍ତୁ ବର୍ତ୍ତମାନ, ଏକ ବିକଶିତ ଭାରତ ପାଇଁ ଲୋକମାନଙ୍କର ଏହି ସାମୂହିକ ଶକ୍ତି ଯେପରି ଭାବେ ଏକାଠି ହେଉଛି, ତାହା ଦେଖି ମୁଁ ଆନନ୍ଦିତ ।
ବେଦଠାରୁ ଆରମ୍ଭ କରି ବିବେକାନନ୍ଦଙ୍କ ପର୍ଯ୍ୟନ୍ତ, ପ୍ରାଚୀନ ଶାସ୍ତ୍ରଠାରୁ ଆରମ୍ଭ କରି ଆଧୁନିକ ଉପଗ୍ରହ ପର୍ଯ୍ୟନ୍ତ, ଭାରତର ମହାନ୍‌ ପରମ୍ପରା ଏହି ରାଷ୍ଟ୍ରକୁ ରୂପ ଦେଇଛି ।
ଜଣେ ନାଗରିକ ଭାବେ ମୁଁ ପ୍ରାର୍ଥନା କରୁଛି ଯେ ଆମେ ଆମର ପୂର୍ବପୁରୁଷ ଏବଂ ସନ୍ଥମାନଙ୍କ ସ୍ମୃତିରୁ ନୂତନ ପ୍ରେରଣା ପାଇବା। ଏହି ଏକତାର ମହାକୁମ୍ଭ ଆମକୁ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାରେ ସାହାଯ୍ୟ କରୁ। ଆସନ୍ତୁ ଏକତାକୁ ଆମର ମାର୍ଗଦର୍ଶକ ନୀତି କରିବା । ”ରାଷ୍ଟ୍ରର ସେବା ହେଉଛି ଈଶ୍ୱରଙ୍କ ସେବା“, ଆସନ୍ତୁ ଆମେ ଏହି ବୁଝାମଣା ସହିତ କାର୍ଯ୍ୟ କରିବା ।
କାଶୀରେ ମୋର ନିର୍ବାଚନ ପ୍ରଚାର ସମୟରେ, ମୁଁ କହିଥିଲି, ”ମା’ ଗଙ୍ଗା ମୋତେ ଡାକିଛନ୍ତି ।“ ଏହା କେବଳ ଏକ ଭାବପ୍ରବଣତା ନ ଥିଲା, ବରଂ ଆମର ପବିତ୍ର ନଦୀଗୁଡ଼ିକର ସ୍ବଚ୍ଛତା ପ୍ରତି ଦାୟିତ୍ୱର ଏକ ଆହ୍ବାନ ମଧ୍ୟ ଥିଲା। ପ୍ରୟାଗରାଜରେ ଗଙ୍ଗା, ଯମୁନା ଏବଂ ସରସ୍ବତୀଙ୍କ ସଙ୍ଗମ ସ୍ଥଳରେ ଠିଆ ହୋଇ ମୋର ସଂକଳ୍ପ ଆହୁରି ଦୃଢ଼ ହୋଇଗଲା। ଆମ ନଦୀଗୁଡ଼ିକର ସ୍ବଚ୍ଛତା ଆମ ନିଜ ଜୀବନ ସହିତ ଗଭୀର ଭାବେ ଜଡ଼ିତ। ବଡ଼ ହେଉ କିମ୍ବା ଛୋଟ, ଆମ ନଦୀଗୁଡ଼ିକୁ ଜୀବନଦାୟିନୀ ମା’ ଭାବେ ସମ୍ମାନ କରିବା ଆମର ଦାୟିତ୍ୱ। ଏହି ମହାକୁମ୍ଭ ଆମକୁ ଆମ ନଦୀଗୁଡ଼ିକର ସ୍ବଚ୍ଛତା ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଛି।
ମୁଁ ଜାଣେ ଯେ ଏତେ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବା ସହଜ କାମ ନ ଥିଲା। ଯଦି ଆମର ଭକ୍ତିରେ କୌଣସି ତ୍ରୁଟି ଥାଏ ତେବେ ଆମକୁ କ୍ଷମା କରନ୍ତୁ ବୋଲି ମୁଁ ମା’ ଗଙ୍ଗା, ମା’ ଯମୁନା ଏବଂ ମା’ ସରସ୍ବତୀଙ୍କୁ ପ୍ରାର୍ଥନା କରୁଛି । ମୁଁ ଜନତା ଜନାର୍ଦ୍ଦନ, ଜନସାଧାରଣଙ୍କୁ ଦେବତ୍ୱର ପ୍ରତିମୂର୍ତ୍ତି ଭାବେ ଦେଖୁଛି। ଯଦି ସେମାନଙ୍କ ସେବା କରିବା ପାଇଁ ଆମ ପ୍ରୟାସରେ କୌଣସି ତ୍ରୁଟି ରହିଛି, ତେବେ ମୁଁ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରୁଛି।
ଭକ୍ତି ଭାବନା ନେଇ କୋଟି କୋଟି ଲୋକ ମହାକୁମ୍ଭକୁ ଆସିଥିଲେ। ସେମାନଙ୍କର ସେବା କରିବା ମଧ୍ୟ ଏକ ଦାୟିତ୍ୱ ଥିଲା; ଯାହା ସମାନ ଭକ୍ତିର ଭାବନା ସହିତ କାର୍ଯ୍ୟକାରୀ ହୋଇଥିଲା। ଉତ୍ତର ପ୍ରଦେଶର ଜଣେ ସାଂସଦ ଭାବେ ମୁଁ ଗର୍ବର ସହ କହିପାରିବି ଯେ ଯୋଗୀ ଜୀଙ୍କ ନେତୃତ୍ୱରେ ପ୍ରଶାସନ ଏବଂ ଲୋକମାନେ ମିଳିତ ଭାବେ ଏହି ଏକତାର ମହାକୁମ୍ଭକୁ ସଫଳ କରିବା ପାଇଁ କାର୍ଯ୍ୟ କରିଥିଲେ। ରାଜ୍ୟ ହେଉ କିମ୍ବା କେନ୍ଦ୍ର, ସେଠାରେ କୌଣସି ଶାସକ କିମ୍ବା ପ୍ରଶାସକ ନ ଥିଲେ। ଏହା ପରିବର୍ତ୍ତେ ସମସ୍ତେ ଜଣେ ଉତ୍ସର୍ଗୀକୃତ ସେବକ ଥିଲେ। ସଫେଇ କର୍ମଚାରୀ, ପୋଲିସ, ଡଙ୍ଗାଚାଳକ, ଡ୍ରାଇଭର, ଖାଦ୍ୟ ପରିବେଷଣ କରୁଥିବା ଲୋକ-ସମସ୍ତେ ଅକ୍ଳାନ୍ତ ପରିଶ୍ରମ କରିଥିଲେ। ଅନେକ ଅସୁବିଧାର ସମ୍ମୁଖୀନ ହେବା ସତ୍ତ୍ୱେ ପ୍ରୟାଗରାଜର ଲୋକମାନେ ଯେଭଳି ଭାବେ ତୀର୍ଥଯାତ୍ରୀମାନଙ୍କୁ ଖୋଲା ହୃଦୟରେ ସ୍ବାଗତ କରିଥିଲେ, ତାହା ବିଶେଷ ଭାବେ ପ୍ରେରଣାଦାୟୀ ଥିଲା। ମୁଁ ସେମାନଙ୍କୁ ଏବଂ ଉତ୍ତର ପ୍ରଦେଶର ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରୁଛି।
ଆମ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଉପରେ ମୋର ସର୍ବଦା ଅତୁଟ ବିଶ୍ୱାସ ରହିଛି। ଏହି ମହାକୁମ୍ଭକୁ ଦେଖିବା ଦ୍ୱାରା ମୋର ବିଶ୍ୱାସ ଅନେକଗୁଣ ବୃଦ୍ଧି ପାଇଛି।
୧୪୦ କୋଟି ଭାରତୀୟ ଯେଉଁଭଳି ଭାବେ ଏକତାର ମହାକୁମ୍ଭକୁ ଏକ ବିଶ୍ୱସ୍ତରୀୟ ସମାରୋହରେ ପରିଣତ କରିଛନ୍ତି, ତାହା ବାସ୍ତବରେ ଚମତ୍କାର। ଆମ ଲୋକମାନଙ୍କ ସମର୍ପଣ, ଭକ୍ତି ଏବଂ ପ୍ରୟାସ ଦ୍ୱାରା ଅନୁପ୍ରାଣିତ ହୋଇ, ମୁଁ ଖୁବ୍‌ଶୀଘ୍ର ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କ ମଧ୍ୟରେ ପ୍ରଥମ ଶ୍ରୀ ସୋମନାଥଙ୍କୁ ଦର୍ଶନ କରିବି । ତାଙ୍କୁ ଏହି ଶ୍ରଦ୍ଧାରୂପୀ ସଂକଳ୍ପ ପୁଷ୍ପ ସମର୍ପଣ କରି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ପ୍ରାର୍ଥନା କରିବି। ଦେଶବାସୀଙ୍କ ମଧ୍ୟରେ ଏକତାର ଏହି ଅବିରତ ଧାରା ପ୍ରବାହିତ ହୋଇ ଚାଲିବା ପାଇଁ କାମନା କରିବି ।
ମହାକୁମ୍ଭର ଭୌତିକ ସ୍ବରୂପ ମହାଶିବରାତ୍ରି ଉପଲକ୍ଷେ ସଫଳତାର ସହ ସମାପ୍ତ ହୋଇଥାଇପାରେ, କିନ୍ତୁ ଗଙ୍ଗାର ଶାଶ୍ୱତ ପ୍ରବାହ ପରି ମହାକୁମ୍ଭ ଜାଗ୍ରତ କରିଥିବା ଆଧ୍ୟାତ୍ମିକ ଶକ୍ତି, ଜାତୀୟ ଚେତନା ଏବଂ ଏକତା ଆମକୁ ଆଗାମୀ ଅନେକ ପିଢ଼ି ପର୍ଯ୍ୟନ୍ତ ପ୍ରେରଣା ଯୋଗାଇବ ।

ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ


Enter your email to get our daily news in your inbox.

All Right Reserved By Dharitri.Com

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?