Posted inଜାତୀୟ

ମହାକୁମ୍ଭ: ସୁରକ୍ଷା ଆବେଦନର ଶୁଣାଣି ଅଗ୍ରାହ୍ୟ

ନୂଆଦିଲ୍ଲୀ,୪।୨: ପ୍ରୟାଗରାଜ କୁମ୍ଭମେଳା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟଣା ପରେ ତୀର୍ଥଯାତ୍ରୀମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାର ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଆଣିବା ଦାବିରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣିକୁ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ମହାକୁମ୍ଭରେ ଦଳାଚକଟା ଏକ ଦୁର୍ଭାଗ୍ୟଜନକ ଘଟଣା ବୋଲି ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ୍‌ ସଞ୍ଜୟ କୁମାରଙ୍କ ଖଣ୍ଡପୀଠ କହିଥିବାବେଳେ ଆଲ୍ଲାହାବାଦ ହାଇକୋର୍ଟରେ ଏ ସମ୍ପର୍କିତ ପିଟିଶନ ବିଚାରାଧୀନ ଥିବାରୁ ଆବେଦନକାରୀଙ୍କୁ ଉକ୍ତ ଅଦାଲତଙ୍କ ଦ୍ୱାରସ୍ଥ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନଜୀବୀ ବିଶାଲ ତିଓ୍ବାରି ଦାଏର କରିଥିବା ଉକ୍ତ ପିଟିଶନରେ ଦଳାଚକଟା ଭଳି ଘଟଣା ଯେପରି ନ ଘଟେ, ତାହା ସୁନିଶ୍ଚିତ କରିବା ଏବଂ ସମ୍ବିଧାନର ଅନୁଚ୍ଛେଦ ୨୧ ଅନୁଯାୟୀ, ସମାନତା ଓ ଜୀବନ ଧାରଣ ମୌଳିକ ଅଧିକାରର ସୁରକ୍ଷା ପାଇଁ ନିବେଦନ କରାଯାଇଥିଲା। ମହାକୁମ୍ଭ ଶ୍ରଦ୍ଧାଳୁମାନଙ୍କ ପାଇଁ ସୁରକ୍ଷିତ ଓ ନିରାପଦ ପରିବେଶ ସୁନିଶ୍ଚିତ କରିବା ଦିଗରେ କେନ୍ଦ୍ର ଏବଂ ରାଜ୍ୟ ସରକାରଗୁଡ଼ିକ ମିଳିତ ଭାବେ କାର୍ଯ୍ୟ କରିବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିବେଦନ କରିଥିଲେ। ଆବେଦନ ପୂର୍ବରୁ ହାଇକୋର୍ଟଙ୍କ ବିଚାରାଧୀନ ଥିବାରୁ ସୁପ୍ରିମକୋର୍ଟ ଏହାକୁ ଅନୁଧ୍ୟାନ କରିବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri