ମହାକୁମ୍ଭ ମହାମିଳନ: ଯୋଗଦେଲେ ୫ ଜିଲାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୦।୮(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ରାହ୍ମଣୀଗାଁ ଥାନା ଗଦାପୁରରେ ରବିବାର ମହାକୁମ୍ଭ ମହାମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କୋରାପୁଟ ଜିଲା ସମେତ ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ବୋଲବମ୍‌ ସଙ୍ଘର ହଜାର ହଜାର ଶ୍ରଦ୍ଧାଳୁ ଯୋଗ ଦେଇଥିଲେ।

ସମସ୍ତ ବୋଲବମ୍‌ ଶ୍ରଦ୍ଧାଳୁଙ୍କୁ ଗଦାପୁର ଗ୍ରାମର ଶତାଧିକ ମହିଳା, ପୁରୁଷ ଗାଁ ମୁଣ୍ଡରେ କୀର୍ତ୍ତନ କରି ଗୋଡ଼ ଧୋଇ ସିନ୍ଦୂର, ଚନ୍ଦନ, ଫୁଲ ଦେଇ ଶିବମନ୍ଦିର ପ୍ରାଙ୍ଗଣରେ ସ୍ବାଗତ କରିଥିଲେ। ଏହି ଅବସରରେ ଚମ୍ପାନଦୀ ପଠାରେ ହୋମଯଜ୍ଞ, ପୂଜାର୍ଚ୍ଚନା କରାଯାଇଥିଲା। ନଦୀରୁ ବାଲି ଉଠାଇ ଶିବଲିଙ୍ଗ ସ୍ଥାପନ କରାଯାଇ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା। ସନ୍ଧ୍ୟାରେ ଚମ୍ପାନଦୀରୁ ଜଳ ଉଠାଇ ହଜାର ହଜାର ଶ୍ରଦ୍ଧାଳୁ ଧାଡ଼ିରେ ଜଳ ଢାଳିବା ପାଇଁ ଗଜପତି ଜିଲା ଅଡବା ବାହାରିଥିଲେ। ରାତ୍ରିରେ ଗଜପତି ଜିଲା ପାଣିଗଣ୍ଡା ପଞ୍ଚାୟତରେ ଶ୍ରଦ୍ଧାଳୁଙ୍କ ରାତ୍ରିଯାପନ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ରହିଛି। ସୋମବାର ଭୋରରୁ ବାହାରି ଅଡବା ଶ୍ରୀ କାଶୀ ବିଶ୍ୱନାଥଙ୍କ ଦକ୍ଷିଣକଣ୍ଠେ ଜଳାଭିଷେକ କରିବାର କାର୍ଯ୍ୟକ୍ରମ ରହିଥିବା ବୋଲବମ ମହାସଙ୍ଘର ସମ୍ପାଦକ କୁନା ପାତ୍ର, ସଭାପତି ଜନରଞ୍ଜନ ପଟ୍ଟନାୟକ ଏବଂ କୋଷଧ୍ୟକ୍ଷ ନାନା ଭାଇ କହିଛନ୍ତି।

କାର୍ଯ୍ୟକ୍ରମକୁ ଗଦାପୁର ନୀଳକଣ୍ଠେଶ୍ୱର ବୋଲବମ୍‌ ସଂଘ ଏବଂ ଗଜପତି ଜିଲା ଅଡବା ଶ୍ରୀ କାଶୀ ବିଶ୍ୱନାଥ ବୋଲବମ୍‌ ସଙ୍ଘ ପରିଚାଳନା କରୁଥିବା ବେଳେ ବୋଲବମ୍‌ ମହାକୁମ୍ଭ ମହାମିଳନ କମିଟି ତଦାରଖ କରୁଛି। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ନେତୃତ୍ୱରେ ସବ୍‌ଇନ୍‌ସ୍ପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ଆଇନ ଶୃଙ୍ଖଳାର ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri